ବାହାନଗା ହାଇସ୍କୁଲ ନବୀକରଣ ହେବ: ୧୫ ଦିନରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୨ ତାରିଖରେ ବାହନଗା ରେଳ ଷ୍ଟେଶନ ଠାରେ ହୋଇଥିବା ଭୟାବହ ରେଳ ଦୂର୍ଘଟଣା ପରବର୍ତ୍ତି ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉଦ୍ଧାର ଓ ସେବା କାର୍ଯ୍ୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ଏଭଳି ମହତ କାର୍ଯ୍ୟରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ସେ ଅଞ୍ଚଳର ଏହି ପ୍ରମୁଖ ଶିକ୍ଷା ଅନୁଷ୍ଠାନକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍‌. ଅଶ୍ୱସ୍ତି ଭିଡିଓ କନଫରେନ୍ସ ଯୋଗେ ବାଲେଶ୍ୱର ଜିଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରୀଛାତ୍ର ଓ ପୁରାତନ ଛାତ୍ରୀଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ।
ସ୍କୁଲର ୨ଜଣ ଛାତ୍ରୀଛାତ୍ର ଅଷ୍ଟମ ଶ୍ରେଣୀର ପ୍ରିୟଙ୍କା ବେହେରା ଓ ଷଷ୍ଠ ଶ୍ରେଣୀର ସୁମନ ସାହୁ ସ୍କୁଲର ବିକାଶ ବିଷୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହ ମତ ବିନିମୟ କରିଥିଲେ ଓ ସ୍କୁଲର ବିକାଶ ସମ୍ପର୍କରେ ପ୍ରସ୍ତାବ ଦେଇଥିଲେ । ପିଲାମାନଙ୍କର ମତାମତ ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍କୁଲର ବିକାଶ ଯଥା କଂକ୍ରିଟ ଛାତ, ଶ୍ରେଣୀ ଗୃହ, ଖେଳ ପଡିଆ, ପାଚେରୀ ଆଦି ସୁବିଧା ସୁଯୋଗର ବିକାଶ ପାଇଁ ନିଷ୍ପତ୍ତି କରାଯାଇଥିଲା। ଏ ସଂକ୍ରାନ୍ତରେ ୧୫ ଦିନ ମଧ୍ୟରେ ବିସ୍ତୃତ ଯୋଜନା ପ୍ରସ୍ତୃତି କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri