ବାହାନଗା ହାଇସ୍କୁଲ ନବୀକରଣ ହେବ: ୧୫ ଦିନରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୨ ତାରିଖରେ ବାହନଗା ରେଳ ଷ୍ଟେଶନ ଠାରେ ହୋଇଥିବା ଭୟାବହ ରେଳ ଦୂର୍ଘଟଣା ପରବର୍ତ୍ତି ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉଦ୍ଧାର ଓ ସେବା କାର୍ଯ୍ୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ଏଭଳି ମହତ କାର୍ଯ୍ୟରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ସେ ଅଞ୍ଚଳର ଏହି ପ୍ରମୁଖ ଶିକ୍ଷା ଅନୁଷ୍ଠାନକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍‌. ଅଶ୍ୱସ୍ତି ଭିଡିଓ କନଫରେନ୍ସ ଯୋଗେ ବାଲେଶ୍ୱର ଜିଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରୀଛାତ୍ର ଓ ପୁରାତନ ଛାତ୍ରୀଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ।
ସ୍କୁଲର ୨ଜଣ ଛାତ୍ରୀଛାତ୍ର ଅଷ୍ଟମ ଶ୍ରେଣୀର ପ୍ରିୟଙ୍କା ବେହେରା ଓ ଷଷ୍ଠ ଶ୍ରେଣୀର ସୁମନ ସାହୁ ସ୍କୁଲର ବିକାଶ ବିଷୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହ ମତ ବିନିମୟ କରିଥିଲେ ଓ ସ୍କୁଲର ବିକାଶ ସମ୍ପର୍କରେ ପ୍ରସ୍ତାବ ଦେଇଥିଲେ । ପିଲାମାନଙ୍କର ମତାମତ ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍କୁଲର ବିକାଶ ଯଥା କଂକ୍ରିଟ ଛାତ, ଶ୍ରେଣୀ ଗୃହ, ଖେଳ ପଡିଆ, ପାଚେରୀ ଆଦି ସୁବିଧା ସୁଯୋଗର ବିକାଶ ପାଇଁ ନିଷ୍ପତ୍ତି କରାଯାଇଥିଲା। ଏ ସଂକ୍ରାନ୍ତରେ ୧୫ ଦିନ ମଧ୍ୟରେ ବିସ୍ତୃତ ଯୋଜନା ପ୍ରସ୍ତୃତି କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri