Posted inଜାତୀୟ

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ ମିଶ୍ର ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ଦଣ୍ଡାଦେଶ ଘୋଷଣା କରିଛନ୍ତି। କୋର୍ଟ ସରଫରାଜଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବରେ ଚିହ୍ନଟ କରି ତାଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ସରଫରାଜଙ୍କ ବାପା ଏବଂ ଦୁଇ ଭାଇଙ୍କ ସମେତ ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ ୧୩ ଅକ୍ଟୋବର ୨୦୨୪ରେ ଉତ୍ତର ପ୍ରଦେଶର ବହରାଇଚରେ ଦୁର୍ଗା ମୂର୍ତ୍ତି ବିସର୍ଜନ ସମୟରେ ହିଂସା ଘଟିଥିଲା, ଯେଉଁଥିରେ ରାମଗୋପାଳ ମିଶ୍ରଙ୍କ ମୃତ୍ୟୁ ହୋଇଥିଲା।
ଜାନୁଆରୀ ୧୧ରେ ତଦନ୍ତ ପରେ, ଉତ୍ତର ପ୍ରଦେଶ ପୋଲିସ ଅତିରିକ୍ତ ସେସନ୍ସ ଜଜଙ୍କ କୋର୍ଟରେ ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ କରିଥିଲା। ମାମଲାରେ ବାର ଜଣ ସାକ୍ଷୀ ସାକ୍ଷ୍ୟ ଦେଇଥିଲେ। ମାମଲାର ଶୁଣାଣି ହୋଇଥିଲା, ଏବଂ କୋର୍ଟ ନଭେମ୍ବର ୨୧,୨୦୨୫ରେ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ। ଡିସେମ୍ବର ୯ରେ, କୋର୍ଟ ସରଫରାଜ, ଅବଦୁଲ ହମିଦ, ଫହୀମ, ଜିଶାନ, ସୈଫ, ମାରୁଫ, ସୋଏବ, ଜାଭେଦ, ତାଲିବ ଏବଂ ନାନକାଉ ସମେତ ୧୩ ଅଭିଯୁକ୍ତଙ୍କ ମଧ୍ୟରୁ ୧୦ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। କୋର୍ଟ ଶକିଲ, ଅଫଜଲ ଏବଂ ଖୁର୍ସିଦଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। ସରକାରୀ ଓକିଲ ପ୍ରମୋଦ ସିଂହ କହିଛନ୍ତି ଯେ କୋର୍ଟ ୧୩ ମାସ ଏବଂ ୨୬ ଦିନ ମଧ୍ୟରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।
ରାମ ଗୋପାଳଙ୍କ ପରିବାର ଏବଂ ତାଙ୍କ ପତ୍ନୀ କହିଛନ୍ତି ଯେ କୋର୍ଟଙ୍କ ଦ୍ୱାରା ନିର୍ଦ୍ଦୋଷରେ ଖଲାସ ହୋଇଥିବା ତିନି ଜଣ ବ୍ୟକ୍ତି ମଧ୍ୟ ଦୋଷୀ ଏବଂ ସେମାନଙ୍କୁ ଦଣ୍ଡ ଦିଆଯିବା ଉଚିତ। ସମସ୍ତ ଅଭିଯୁକ୍ତଙ୍କୁ ଫାଶୀ ଦିଆଯିବା ଉଚିତ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri