Posted inଖେଳ

ବିସିସିଆଇ ଅଧ୍ୟକ୍ଷ ହେବା ପରେ ଶ୍ୱଶୁର ରୋଜର ବିନ୍ନିଙ୍କୁ ସ୍ବତନ୍ତ୍ର ଭାବେ ଶୁଭେଚ୍ଛା ଜଣାଇଲେ ବୋହୂ

ନୂଆଦିଲ୍ଲୀ,୧୯।୧୦: ଭାରତର ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର ବିନ୍ନିଙ୍କୁ ମଙ୍ଗଳବାର ବିସିସିଆଇର ୩୬ତମ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଦୁନିଆର ସବୁଠାରୁ ଧନୀ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବାକୁ ନେଇ ବିନ୍ନିଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏପରି ସ୍ଥିତିରେ ପରିବାରରେ ମଧ୍ୟ ଖୁସିର ମାହୋଲ ଦେଖିବାକୁ ମିଳିଛି। ବିନ୍ନିଙ୍କ ବୋହୂ ତଥା ସ୍ପୋଟ୍ସ ଆକର ମୟନ୍ତି ଲାଙ୍ଗର ବୁଧବାର ଶ୍ୱଶୁରଙ୍କୁ ସ୍ବତନ୍ତ୍ର ଭାବେ ଅଭିନନ୍ଦନ ଜଣାଇଛନ୍ତି।

ମୟନ୍ତି ନିଜର ଆଧିକାରିକ ଟୁଇଟର ଆକାଉଣ୍ଟରେ ଖବରକାଗଜର ଏକ ପୃଷ୍ଠା ଶେୟାର କରି ପୋଷ୍ଟ କରିଛନ୍ତି। ଫଟୋରେ ବିନ୍ନି ବିସିସିଆଇ ଅଧ୍ୟକ୍ଷ ହେବା ଖବର ଥିବା ରହିଛି। ଏଥିସହ ଉକ୍ତ ଖବର ଉପରେ ମୟନ୍ତିଙ୍କ ପୁଅ ତଥା ବିନ୍ନିଙ୍କ ନାତିଙ୍କ ହାତ ରହିଛି। ଏବେ ଏହି ପୋଷ୍ଟ ବେଶ ଭାଇରାଲ ହେଉଛି। ଟୁଇଟର ବ୍ୟବହାରକାରୀ ଫଟୋରେ ଲଗାତାର ଭାବେ କମେଣ୍ଟ କରୁଛନ୍ତି। କେହି କେହି କୁନି ପାଠକ କହୁଥିବା ବେଳେ ଅନେକେ ମୟନ୍ତିଙ୍କ ପରିବାରକୁ ଶୁଭେଚ୍ଛା ଜଣାଉଛନ୍ତି।

କହିରଖୁଛୁ, ମୟନ୍ତି ୨୦୧୨ରେ ବିନ୍ନିଙ୍କ ପୁଅ ଷ୍ଟୁଆର୍ଟଙ୍କୁ ବିବାହ କରିଥିଲେ। ଷ୍ଟୁଆର୍ଟ ୨୩ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା ବେଳେ କ୍ରିକେଟରୁ ସନ୍ୟାସ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri