Posted inଜାତୀୟ

୧୪ ବର୍ଷ ପରେ ଜେଲରୁ ମୁକୁଳିଲେ ପୂର୍ବତନ ଏମ୍‌ପି ଆନନ୍ଦ ମୋହନ

ପାଟନା,୨୭।୪: ବାହୁବଳୀ ପୂର୍ବତନ ଏମ୍‌ପି ଆନନ୍ଦ ମୋହନ ସିଂ ଗୁରୁବାର ଭୋର ୪ଟା ୩୦ରେ ବିହାରର ସହର୍ସା ଜେଲରୁ ମୁକୁଳିଛନ୍ତି। ଆନନ୍ଦ ମୋହନଙ୍କୁ ଅପରାହ୍ନରେ ମୁକ୍ତ କରାଯିବ ବୁଧବାର ସୂଚନା ମିଳିଥିଲା। ତେବେ ଆଇନ ବ୍ୟବସ୍ଥା ପ୍ରଭାବିତ ନ ହେବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଆନନ୍ଦ ମୋହନଙ୍କ ସମର୍ଥକମାନେ ଯେତେବେଳେ ଗୁରୁବାର ସକାଳେ ଜେଲରେ ପହଞ୍ଚିଥିଲେ, ସେତେବେଳେ ଜାଣିବାକୁ ପାଇଥିଲେ ଯେ ତାଙ୍କୁ ସକାଳେ ଜେଲରୁ ମୁକ୍ତ କରାଯାଇଛି।

ଆନନ୍ଦ ମୋହନ ତାଙ୍କ ପୁଅର ବିବାହେ ଯୋଗ ଦେବା ପାଇଁ ୧୫ ଦିନ ପାରୋଲରେ ବାହାରକୁ ଆସିଥିଲେ। ଏହାପରେ ବୁଧବାର ନିଜେ ଆତ୍ମସମର୍ପଣ କରିଥିଲେ। ତେବେ ଆନନ୍ଦ ମୋହନ ଆଜି ଜେଲରୁ ମୁକୁଳିବା ପରେ ସମର୍ଥକମାନେ ତାଙ୍କର ସ୍ବାଗତ କରିବାକୁ ପ୍ରସ୍ତୁତ କରିଥିଲେ। ହେଲେ ସକାଳେ ହଠାତ୍‌ ଜେଲରୁ ବାହାରିବା ପରେ ସେ କେଉଁଆଡେ ଯାଇଛନ୍ତି ତାହା କେହି ଜାଣି ନାହାଁନ୍ତି। ସୂଚନାଯୋଗ୍ୟ, ୧୯୯୪ରେ ତତ୍କାଳୀନ ଜିଲା ମାଜିଷ୍ଟ୍ରେଟ ଗୋପାଳଗଞ୍ଜ ଜି କୃଷ୍ଣଙ୍କ ହତ୍ୟା ମାମଲାରେ ସେ ଆଜୀବନ କାରାଦଣ୍ଡ ଭୋଗୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri