ଆଜି ବାହୁଡ଼ିବେ ଚତୁର୍ଦ୍ଧାବିଗ୍ରହ

ପୁରୀ,୨୮।୬(ଅଜିତ ମହାନ୍ତି): ଆଷାଢ଼ ମାସ ଶୁକ୍ଳ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥିରେ ଧରି ନବଦିନାମତ୍କ ଯାତ୍ରାରେ ଆଡ଼ପମଣ୍ଡପ ଅଭିମୁଖେ ଯାତ୍ରା କରି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଥିଲେ। ଦାରୁ ବିଗ୍ରହମାନେ ନବଦିନାମତ୍କ ଯାତ୍ରା ସାରି ଜନ୍ମବେଦି ଆଡ଼ପ ମଣ୍ଡପରୁ କର୍ମବେଦି ଅଭିମୁଖେ ବୁଧବାର ଯାତ୍ରା କରିବେ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ପ୍ୟାୟରେ ପହଞ୍ଚତ୍ଛି। ମହାପ୍ରଭୁ ଆଡ଼ପ ମଣ୍ଡପରେ ଲୀଳା ସାରି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବା ପାଇଁ ପ୍ରସ୍ତୁତ ଥିବାବେଳେ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ମହାପ୍ରଭୁଙ୍କୁ ସାଥିରେ ନେଇଯିବା ପାଇଁ ତିନି ରଥ ମଧ୍ୟ ପ୍ରସ୍ତୁତ ରହିଛନ୍ତି। ସେବାୟତମାନେ ଉକତ୍ଣ୍ଠାର ସହ ମହାପ୍ରଭୁ ରଥକୁ ବିଜେ କରିବେ ବୋଲି ଚାହିଁ ରହିଛନ୍ତି। ସେହିପରି ଭକ୍ତମାନେ ମଧ୍ୟ ତାଙ୍କର ପ୍ରିୟ କାଳିଆ ସାଆନ୍ତେକୁ ରଥରେ ବସାଇ ରଥ ଟାଣି ନେବାକୁ ବ୍ୟାକୁଳ ରହିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରାର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ବୁଧବାର ସକାଳ ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପ ଲାଗି ଓ ରୋଷ ହୋମ ୪ଟା ୩୦, ଅବକାଶ ୫ଟା, ସୂର୍ଯ୍ୟ ପୂଜା ୫.୧୫, ଦ୍ୱାରପାଳ ପୂଜା ୫.୩୦ ହେବା ସହ ବେଶ ଶେଷ ୫ଟା ୩୦ହେବ। ସେହିପରି ଗୋପାଳ ବଲ୍ଲଭ ଓ ସକାଳ ଧୂପ ସକାଳ ୫ଟା ୪୫ ରୁ ୬ଟା ୪୫ଟା ପର୍ଯ୍ୟନ୍ତ। ମଙ୍ଗଳାର୍ପଣ ପୂର୍ବାହ୍ନ ୧୧ଟା ୪୫, ପରେ ଡୋର ଲାଗି ହୋଇ ମଧ୍ୟାହ୍ନ ୧୨ଟା ପହଣ୍ଡି ଆରମ୍ଭ ହୋଇ ୨.୩୦ରେ ପହଣ୍ଡି ଶେଷ ହେବ। ୨.୩୦ରୁ ୩ ଟା ୩୦ପର୍ଯ୍ୟନ୍ତ ଛେରାପହଁରା, ଚାରମାଳ ଫିଟା, ଘୋଡ଼ା ଲାଗିବ ଅପରାହ୍ନ ୪ଟା। ଘୋଡ଼ା ଲାଗିବା ପରେ ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରଣ କରାଯାଇଥିବା ନୀତିନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏସ୍‌ପି କେ. ବିଶାଲ ସିଂ କହିଛନ୍ତି, ଶ୍ରୀଗୁଣ୍ଡିଚା ଯାତ୍ରା ପରି ବାହୁଡ଼ା ଯାତ୍ରାରେ ସେହିଭଳି ବ୍ୟବସ୍ଥା ରହିବ। ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର କରାଯିବ। ମହାପ୍ରଭୁଙ୍କ କୃପାରୁ ଶ୍ରୀଗୁଣ୍ଡିଚା ଯାତ୍ରା ପରି ବାହୁଡା ଯାତ୍ରା ମଧ୍ୟ ଭଲରେ ସମ୍ପନ୍ନ ହେବ। ବାହୁଡ଼ା ଯାତ୍ରାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ରାତି ୧୨ଟାରୁ ଟ୍ରାଫିକ କଟକଣା ଲାଗୁ କରାଯିବ। ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସମସ୍ତେ ଆସି ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ନିଅନ୍ତୁ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri