ନୀଳାଚଳକୁ ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୧୯।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା ଯାତ୍ରା ହେବ। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନୱର ବିଶାଲ ସିଂଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଶୃଙ୍ଖଳିତ ବାହୁଡ଼ା ଯାତ୍ରା ଓ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସମେତ ସୁନାବେଶ ପ୍ରସଙ୍ଗରେ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ବାହୁଡ଼ା ଯାତ୍ରା ଦିନ ଭୋର ୪ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଆରମ୍ଭ ହେବ। ୫ଟାରେ ଅବକାଶ ପୂଜା ସରିବ। ପରବର୍ତ୍ତୀ ନୀତିକାନ୍ତି ନିର୍ଦ୍ଧାରିତ ସମୟ ମଧ୍ୟରେ ସମ୍ପନ୍ନ ହୋଇ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୨ଟା ୩୦ ସୁଦ୍ଧା ପହଣ୍ଡି ସରି ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ନୀତି ହେବ। ଚାରମାଳ ଫିଟିବା ଓ ଘୋଡ଼ା ଲାଗିବା କାର୍ଯ୍ୟ ୩ଟାରେ ଆରମ୍ଭ ହୋଇ ୪ଟା ସୁଦ୍ଧା ସରିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। କେବଳ ସେବାୟତମାନେ ରଥ ଟାଣିବେ। ପ୍ରଶାସନ ପକ୍ଷରୁ ସେବାୟତଙ୍କ ପାଇଁ ରଥଯାତ୍ରା ଭଳି ସମସ୍ତ ବ୍ୟବସ୍ଥା କରାଯିବ।

ପୁରୀ ସହରରେ ସୋମବାର ରାତି ୮ଟାରୁ କର୍ଫ୍ୟୁ ଜାରି ହୋଇଥିବାବେଳେ ୨୧ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri