ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର ସହ ଚାହିଁବସିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହୋଇ ନୀତି ବଢ଼ିବ। ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୨୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨ ହଜାର ପୋଲିସ କର୍ମଚାରୀ ଓ କେନ୍ଦ୍ରୀୟ ଫୋର୍ସ ମୁତୟନ ରହିବେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri