ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ ସ୍ବତନ୍ତ୍ର ନୀତିକାନ୍ତି ଓ ପୂଜାର୍ଚ୍ଚନା କରାଯାଇଥିଲା। ଅପରାହ୍ନରେ ହରିବୋଲ ହୁଳହୁଳି ଜୟ ଜଗନ୍ନାଥ ଏବଂ ଶଙ୍ଖଧ୍ୱନୀ ତଥା ବାଦ୍ୟ କୀର୍ତ୍ତନର ତାଳେ ତାଳେ ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡି ପହଣ୍ଡି କରି ଗୁଣ୍ଡିଚା ମନ୍ଦିର ସାମ୍ନାରେ ଥିବା ରଥ ଉପରକୁ ଆଣିଥିଲେ। ଅପରାହ୍ନ ସାଢ଼େ ପାଞ୍ଚଟା ବେଳେ ରାଇକିଆ ବିଡିଓ ସବ୍ୟସାଚୀ ସାହୁ ପାରମ୍ପରିକ ଛେରା ପହଁରା ନୀତି ସମ୍ପନ୍ନ କରିଥିଲେ। ସାଢ଼େ ପାଞ୍ଚଟା ସମୟରେ ରଥ ଟଣା କାର୍ଯ୍ୟ ଶୁଭାରମ୍ଭ ହୋଇଥିଲା।