ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା  ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତିଶୃଙ୍ଖଳା ଓ ଭକ୍ତିପୂର୍ଣ୍ଣ ପରିବେଶ ମଧ୍ୟରେ ସମ୍ପନ୍ନ ଶୁକ୍ରବାର ହୋଇଯାଇଛି। ନବଦିନାତ୍ମକ ଯାତ୍ରା ଶେଷ କରି ମହାପ୍ରଭୁ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରୁ ନିଜର ମୂଳ ପୀଠ ରତ୍ନବେଦୀକୁ ବାହୁଡ଼ିଛନ୍ତି। ସକାଳୁ ମାଉସୀ ମାଁ ମନ୍ଦିରରେ ମଙ୍ଗଳ ଆଳତି, ମହାସ୍ନାନ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଓ ଗୋପାଳବଲ୍ଲଭ ଭୋଗ ଅନୁଷ୍ଠିତ ହୋଇଥିଲା। ଏହାପରେ ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସେବାୟତମାନଙ୍କ ଦ୍ୱାରା ହରିବୋଲ, ଘଣ୍ଟ ଓ ହୁଳହୁଳି ଧ୍ୱନି ସଂକୀର୍ତ୍ତନ ବାଦ୍ୟ ମଧ୍ୟରେ ଧାଡ଼ି ପହଣ୍ଡି କରାଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୂଢ଼ କରାଯାଇଥିଲା। ରଥଯାତ୍ରା କମିଟିର ସଭାପତି ଶତ୍ରୁଘନ ଗହୀର ଓ ସମ୍ପାଦକ ଅକ୍ଷୟ ପାତ୍ରଙ୍କ ସୁଚାରୁ ପରିଚାଳନାରେ ସମସ୍ତ ନୀତି ସମ୍ପାଦିତ ହୋଇଥିଲା। ରଥ ଉପରେ ପବିତ୍ର ଛେରାପହଁରା ନୀତି ସମ୍ପନ୍ନ ହେବା ପରେ ଶ୍ରଦ୍ଧାଳୁମାନେ ଜୟ ଜଗନ୍ନାଥ ଧ୍ୱନି ଦେଇ ରଥ ଟାଣିଥିଲେ। ଥୁଆମୂଳ ରାମପୁର ସଦର ବ୍ୟତୀତ ବ୍ଲକର ଅନ୍ୟାନ୍ୟ ପ୍ରମୁଖ ସ୍ଥାନ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁରଠାରେ ମଧ୍ୟ ବାହୁଡ଼ା ଯାତ୍ରା ବେଶ୍ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ମହାପ୍ରଭୁଙ୍କ ବାହୁଡ଼ା ରଥ ଦର୍ଶନ କରିବା ପାଇଁ ଆଖପାଖ ଅଞ୍ଚଳରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିଲା। ବାହୁଡ଼ା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଥୁଆମୂଳ ରାମପୁର ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କ ନେତୃତ୍ୱରେ ସଦର ଅଞ୍ଚଳରେ, କର୍ଲାପାଟ ଥାନା ଅଧିକାରୀ ଶ୍ରୀକାନ୍ତ କୋଳକାଙ୍କ ନେତୃତ୍ୱରେ କର୍ଲାପାଟ ଓ ଗୁଣୁପୁର ଅଞ୍ଚଳରେ ଏବଂ ମହୁଲପାଟଣା ଫାଣ୍ଡି ଅଧିକାରୀଙ୍କ ନେତୃତ୍ୱରେ ଗୋପୀନାଥପୁର ଓ ମହୁଲପାଟଣା ଅଞ୍ଚଳରେ ପୋଲିସ ବାହିନୀ ମୁତୟନ ରହିଥିଲେ। ଏଥିସହିତ ବିଦ୍ୟୁତ ବିଭାଗ, ଅଗ୍ନିଶମ ବାହିନୀ ଓ ସ୍ୱାସ୍ଥ୍ୟ ବିଭାଗର ଜରୁରୀ କାଳୀନ ଗାଡ଼ି ନିୟୋଜିତ ରହି ଯାତ୍ରାକୁ ସୁରକ୍ଷିତ ଭାବେ ସମ୍ପନ୍ନ କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

କୁଲାଡ ରଥଯାତ୍ରା: ତିନି ଠାକୁରଙ୍କ ସୁନାବେଶ: ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ଼ସ୍ଥିତ ଭଞ୍ଜ ରାଜବଂଶ ପକ୍ଷରୁ ପ୍ରତିଷ୍ଠିତ ଶ୍ରୀଜଗନ୍ନାଥ ମନ୍ଦିର ଏକ ଇତିହାସ ପ୍ରସିଦ୍ଧ ଧାର୍ମିକ…

ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀବିଗ୍ରହ

ପୁରୀ,୨୫ା୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ, ତିନିରଥରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଆରମ୍ଭ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ…

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri