ସରିଲା ବାସି ବାହୁଡ଼ା ଯାତ୍ରା

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରବିବାର ଶ୍ରୀଜିଉଙ୍କ ପବିତ୍ର ବାହୁଡାଯାତ୍ରା ସମ୍ପନ୍ନ ହୋଇଛି। ଶନିବାର ଅପରାହ୍ନରେ ଧାଡି ପହଣ୍ଡିରେ ଶ୍ରୀ ଜଗନ୍ନାଥ, ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସମେତ ଚକ୍ରରାଜ ସୁଦର୍ଶନଙ୍କୁ ରଥାରୂଢ କରାଯାଇଥିଲା। ପରେ ରଥ ଉପରେ ଛେରାପହଁରା ନୀତି ହୋଇଥିଲା। ଏହା ପରେ ସା ଆଳତୀ କରାଯାଇଥିଲା। ରବିବାର ପବିତ୍ର ବଡ ଏକାଦଶୀ ତିଥିରେ ସକାଳୁ ଦିନତମାମ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ରଥ ଉପରେ ବିଜେ ଶ୍ରୀଜିଉ ମାନେ ଭକ୍ତ ମାନଙ୍କୁ ଦର୍ଶନ ଦେଇଥିଲେ।

ପୂର୍ବାହ୍ନ, ମଧ୍ୟାହ୍ନ ଏବଂ ଅପରାହ୍ନରେ ସମସ୍ତ ନୀତିକାନ୍ତି ଶେଷ ପରେ ୪.୫୦ରେ ରଥ ଟଣା ଆରମ୍ଭ ହୋଇଥିଲା। ଘଣ୍ଟ, କାହାଳୀ, ସଂକୀର୍ତ୍ତନ ସହ ହରିବୋଲ ହୁଳହୁଳି ଧ୍ବନିରେ ବଡଦାଣ୍ଡ ପ୍ରକମ୍ପିତ ହୋଇ ଉଠିଥିଲା।

ବଡଦାଣ୍ଡରେ ଭକ୍ତଙ୍କ ରଥଟଣା ଦୃଶ୍ୟ ସତେ ଯେମିତି ଜନସମୁଦ୍ରରୁ ଲହଡି ଭାଙ୍ଗିବା ଭଳି ଦୃଶ୍ୟ ପ୍ରତୀତ ହୋଇଥିଲା। ରଥ ଗୁଡିଆଗଳି ନିକଟରେ ପହଞ୍ଚିବା ପରେ ରାଜ ପୁରୋହିତ ଦେବୀପ୍ରସାଦ ରଥଙ୍କ ତତ୍ତ୍ୱାବଧାନରେ ଦେବୀ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିମାନରେ ଆସି ଜଗନ୍ନାଥଙ୍କ ସମ୍ମୁଖରେ ବିଜେ ହୋଇଥିଲେ। ରଥ ଉପରେ ବନ୍ଦାପନା ଓ ଲକ୍ଷ୍ମୀଭେଟ ନୀତି ସମ୍ପନ୍ନ ହେବା ପରେ ପୁଣି ରଥ ଟଣାଯାଇ ୬.୦୫ରେ ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା।

ସାରେ ଅନୁଷ୍ଠିତ ରାଜାବେଶ ଦେଖିବାକୁ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା। ସେହିଭଳି ସାନରଥ ଉପରେ ବିଜେ ଶ୍ରୀ ଦଧିବାମନଙ୍କ ବାହୁଡାଯାତ୍ରା ମଧ୍ୟ ଯଥାରୀତି ସମ୍ପନ୍ନ ହୋଇଥିଲା। ଦିଗପହଣ୍ଡି ପୋଲିସ ଉପସ୍ଥିତ ରହି ଶୃଙ୍ଖଳିତ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri