ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଭଉଣୀଭାଇଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ରାଇକିଆ ବିଡିଓ ସବ୍ୟସାଚୀ ସାହୁଙ୍କ ଦ୍ୱାରା ଛେରା ପହଁରା କାର୍ଯ୍ୟକ୍ରମ ସମ୍ପାଦନ ହେବ। ସମସ୍ତ ନୀତି କାର୍ଯ୍ୟ ଶେଷ ପରେ ଅପରାହ୍ନ ୪ଟାରେ ରଥଟଣା କାର୍ଯ୍ୟ ଆରମ୍ଭ ହେବ। ଗତକାଲି ମହାପ୍ରଭୁଙ୍କ ଶ୍ରୀକୃଷ୍ଣ ବଳରାମ ବେଶରେ ଦର୍ଶନ ଦେଇଥିଲେ। ଏଥିପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା।

