ବାଇବାଲି ପଞ୍ଚାୟତ ବରଗଁାକୁ ନାହିଁ ପକ୍କା ରାସ୍ତା

ଭଞ୍ଜନଗର,୧୫।୮(ଡି.ଏନ.ଏ): ଭଞ୍ଜନଗର ଅଞ୍ଚଳରେ ଆଜକୁ ପ୍ରାୟ ଏକ ସପ୍ତାହ ହେବ ମଝିରେ ମଝିରେ ଲଗାଣ ବର୍ଷା ହେଉଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଲୋକେ ଘରୁ ବାହାରି ପାରୁନାହାନ୍ତି। କେତକ ସ୍ଥାନରେ ଝାଟିମାଟି ଘର ଭୁଶୁଡ଼ି ପଡ଼ିଛି । ଭଞ୍ଜନଗର ବ୍ଲକ ଗାଲେରୀର ଜନ୍ମେଜୟ ଗୌଡ଼ଙ୍କ ଚାଳ ଛପର ଘର ଏହି ଲଗାଣ ବର୍ଷାରେ ଭୁଶଡ଼ି ପଡ଼ିଛି । ବିଦ୍ୟୁତ୍‌ ସେବା ମଧ୍ୟ ପ୍ରଭାବିତ ହୋଇଛି। ବ୍ଲକର ଅନେକ ଗ୍ରାମକୁ ଏ ବେବି ପକ୍କା ରାସ୍ତା ହୋଇପାରିନାହିଁ । ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଲୋକେ ଉକ୍ତ ମାଟି ରାସ୍ତାରେ ଯାତାୟାତ ସମୟରେ ଘୋର ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବାଇବାଲି ପଞ୍ଚାୟତର ଅନେକ ଗ୍ରାମରେ ଥିବା ମାଟି ରାସ୍ତା ଗୁଡ଼ିକୁ ମଧ୍ୟ ଠିକ୍‌ ଭାବେ ମରାମତି କରାଯାଉନାହିଁ । ମୁଖ୍ୟ ସଡ଼କରୁ ବରଗାଁ ମାଟି ରାସ୍ତାଟିକୁ ବହୁଦିନ ହେବ ମରାମତି କରାଯାଇନାହିଁ । ଉକ୍ତ ଗ୍ରାମରେ ୫୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି । ବର୍ତ୍ତମାନ ବର୍ଷା ଯୋଗୁ ଲୋକେ ଯାତାୟାତରେ ଘୋର ଅସୁବିଧାର ସମ୍ମୁଖିନ ହେଉଛନ୍ତି । ପଞ୍ଚାୟତ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି । ଏ ନେଇ ବରଗାଁ ଗ୍ରାମବାସୀଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ଏ ନେଇ ବରଗାଁ ଗ୍ରାମବାସୀ ଆନ୍ଦୋଳନ କରିବା ପାଇଁ ସଜବାଜ ହେଉଥିବା ଜଣାପଡ଼ିଛି । ବାଇବାଲି ପଞ୍ଚାୟତ ବ୍ଲକର ପଛୁଆ ଅଞ୍ଚଳ ଭାବେ ପରିଚିତ । ସେହିଭଳି ଭଞ୍ଜନଗର ସହରତଳି ଲାଲସିଂ ପଞ୍ଚାୟତର ଅନେକ ରାସ୍ତା ମାଟି ରାସ୍ତା ଅଛି । ମାଟି ରାସ୍ତା ଗୁଡ଼ିକ ଖାଲ ଢ଼ିପରେ ଭରି ରହିଥିବା ବେଳେ ବର୍ତ୍ତମାନ ବର୍ଷା ଯୋଗୁ ଉକ୍ତ ଖାଲ ଗୁଡ଼ିକରେ ପାଣି ଭରି ରହିଛି । ଲୋକେ ଯାତାୟାତ ସମୟରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଦୌନନ୍ଦିନ ଉକ୍ତ ମାଟି ରାସ୍ତା ଗୁଡ଼ିକରେ ଦୁର୍ଘଟଣା ମଧ୍ୟ ଘଟୁଛି। ଏ ନେଇ ପଞ୍ଚାୟତ କର୍ତ୍ତୃପକ୍ଷ ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାପାଇଁ ଦାବି ହୋଇଛି। ଅପରପକ୍ଷେ ଲଗାଣ ବର୍ଷା ଯୋଗୁ ଲୋହରାଖଣ୍ଡି, ବଡ଼ନଦୀରେ ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଉପରମୁଣ୍ଡ କନ୍ଧମାଳରେ ବର୍ଷା କମ୍‌ ଯୋଗୁ ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିନାହିଁ। ଆଗକୁ ଆହୁରି ଦୁଇଦିନ ବର୍ଷା ଅଛି । ତେଣୁ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଜଳସମ୍ପଦ, ରାଜସ୍ବ ସମେତ ପ୍ରମୁଖ ବିଭାଗ ପ୍ରସ୍ତୁତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?