ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ପ୍ରତିକ୍ରିୟା ଦେଇଛନ୍ତି। ସେ ଏକ୍ସରେ କହିଛନ୍ତି, ବିଜୁ ଅଙ୍କଲ ବିରାଟ ବ୍ୟକ୍ତିତ୍ୱ ଥିଲେ। ଆଧୁନିକ ଭାରତର ସର୍ବଶ୍ରେଷ୍ଠ ଦେଶପ୍ରେମୀଙ୍କ ମଧ୍ୟରେ ଅନ୍ୟତମ। ଭାରତକୁ ମୁକ୍ତ କରିବା ଏବଂ ଓଡ଼ିଶାର ଉନ୍ନତି ପାଇଁ ତାଙ୍କ ଜୀବନ ଉତ୍ସର୍ଗ। ପାଇଲଟ, ଉଦ୍ୟୋଗପତି, ଅନ୍ତର୍ଜାତୀୟ ସମସ୍ୟା ସମାଧାନରେ ପାରଙ୍ଗମ ଥିଲେ। ତାଙ୍କର ବୀରତ୍ୱପୂର୍ଣ୍ଣ ମିଶନ, କୂଟନୈତିକ ପଦକ୍ଷେପ ଗଣତନ୍ତ୍ରକୁ ସମୃଦ୍ଧ କରିଛି। ତାଙ୍କ ଦେଶପ୍ରେମ ଉପରେ ଆପତ୍ତି ଉଠାଇବା ହାସ୍ୟାସ୍ପଦ।

ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବିରୋଧରେ ଲୋକ ସଭା ସଦସ୍ୟ ତଥା ସଂସଦୀୟ ସ୍ଥାୟୀ କମିଟି(ଆଇଟି-ଯୋଗାଯୋଗ) ଅଧ୍ୟକ୍ଷ ନିଶିକାନ୍ତ ଦୁବେ ବିଜୁ ବାବୁଙ୍କୁ ସିଆଇଏ ଏଜେଣ୍ଟ ଥିଲେ ବୋଲି କହିଥିଲେ। ଦୁବେଙ୍କ ଏପରି ଅସମ୍ମାନଜନକ ବ୍ୟବହାରକୁ ନେଇ ରାଜ୍ୟ ସଭା ଏମ୍‌ପି ଡ. ସସ୍ମିତ ପାତ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସସ୍ମିତ ଏହି ଘଟଣାକୁ ନେଇ ଶନିବାର ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ପତ୍ର ଲେଖି ନିଶିକାନ୍ତଙ୍କ ଅଧ୍ୟକ୍ଷତାରେ ଥିବା ଆଇଟି-ଯୋଗାଯୋଗ କମିଟିରୁ ଇସ୍ତଫା ପ୍ରଦାନ କରିଥିବା ନେଇ ଅବଗତ କରାଇଛନ୍ତି।

ସସ୍ମିତ ଚିଠିରେ ଉଲ୍ଲେଖ କରିଛନ୍ତି, ସର୍ବସାଧାରଣରେ ଦୁବେ ଯେପରି ଭାବେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ବିଷୟରେ ଅସମ୍ମାନଜନକ ମତାମତ ଦେଇଛନ୍ତି ତାହା ଅସହନୀୟ। ନୈତିକତା ଅନୁଯାୟୀ, ଏପରି ବ୍ୟକ୍ତିଙ୍କ ଅଧୀନରେ ଆଉ ରହିବାକୁ ଚାହୁଁନାହିଁ। ଏହି ପରିସ୍ଥିତିରେ ମୋର ଇସ୍ତଫାପତ୍ରକୁ ଗ୍ରହଣ କରି ଲୋକ ସଭା ବାଚସ୍ପତିଙ୍କ ନିକଟକୁ ବିଧିବଦ୍ଧ ଭାବେ ପଠାଇବାକୁ ସେ ଅନୁରୋଧ କରିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri