ପଦ୍ମପୁର ଉପନିର୍ବାଚନ: ଏଣିକି ହେଭିୱେଟଙ୍କ ପ୍ରଚାର

ପଦ୍ମପୁର,୨୬।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଡିସେମ୍ବର ୫ ତାରିଖରେ ମତଦାନ ହେବ। ଏଥିପାଇଁ ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକ ଅଞ୍ଚଳରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଦଳୀୟ ପ୍ରାର୍ଥୀମାନେ ଗାଁ ଗାଁ ଓ ଘର ଘର ବୁଲି ଭୋଟରଙ୍କୁ ଭେଟି ଆଶୀର୍ବାଦ ଲୋଡୁଛନ୍ତି। ମତଦାନ ତାରିଖ ଯେତେ ପାଖେଇ ଆସୁଛି ପ୍ରଚାର ମଧ୍ୟ ସେହି ଅନୁପାତରେ ଜୋର୍‌ ଧରିଛି। ଭୋଟରଙ୍କୁ ନିଜ ସପକ୍ଷରେ ନେବା ପାଇଁ ତିନି ପ୍ରମୁଖ ଦଳ ରଣନୀତି ପ୍ରସ୍ତୁତ କରିଛନ୍ତି। ଏହି କ୍ରମରେ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ହେଭିୱେଟ ନେତାଙ୍କୁ ପ୍ରଚାର ମଇଦାନକୁ ଆଣୁଥିବା ଜଣାପଡିଛି। ଏହାକୁ ନେଇ ଦଳୀୟ ପ୍ରାର୍ଥୀ ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଲାଣି। ଭାଜପାର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ରଙ୍କ ସୂଚନା ଅନୁସାରେ, ଦଳର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ମୁଖପାତ୍ର ସମ୍ବିତ ପାତ୍ର ଶନିବାର ଝାରବନ୍ଧ ବ୍ଲକର ବିଳାଶପୁର, କୁମିର ଓ ଜଗଦଲପୁରରେ ସାଧାରଣ ସଭା କରି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ୨୭ ତାରିଖରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପାଇକମାଳ ଓ ପଦ୍ମପୁରରେ ସାଧାରଣ ସଭା କରି ବରଗଡ଼-ପଦ୍ମପୁର ରେଲୱେ ଲାଇନ ଓ ପ୍ରଧାନମନ୍ତ୍ରୀ ଫସଲ ବୀମା ସମ୍ପର୍କରେ ଥିବା ଭ୍ରମ ଧାରଣାକୁ ଦୂର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଡିସେମ୍ବର ୧ କିମ୍ବା ୨ତାରିଖରେ ନିର୍ବାଚନ ପ୍ରଚାରରେ ଆସିବେ ବୋଲି ଦଳୀୟ ସୂତ୍ରରୁ ଜଣାପଡିଛି। ସେହିପରି ବିଜେଡିର ଷ୍ଟାର ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିସେମ୍ବର ୨ କିମ୍ବା ୩ତାରିଖରେ ପଦ୍ମପୁର ନିର୍ବାଚନ ମଣ୍ଡଳୀକୁ ପ୍ରଚାରରେ ଆସିବେ ବୋଲି ଦଳୀୟ ନେତୃମଣ୍ଡଳୀ କହିଛନ୍ତି। ଅନ୍ୟପକ୍ଷେ ଭାଜପା ଓ ବିଜେଡିକୁ ଟକ୍କର ଦେବା ପାଇଁ କଂଗ୍ରେସ ମଧ୍ୟ ଅନୁରୂପ ରଣନୀତି ଆପଣେଇଛି। ଦଳ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରଚାର ଚଳାଇଥିବା ବେଳେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, କଂଗ୍ରେସ ନେତା କହ୍ନେୟା କୁମାର, ବିଧାୟକ ସୁରେଶ ରାଉତରାୟଙ୍କ ସମେତ କଂଗ୍ରେସର ଓଡିଶା ପ୍ରଭାରୀଙ୍କୁ ଆଣି ପ୍ରଚାର କରିବାକୁ ଦଳ ଯୋଜନା କରୁଛି ବୋଲି ବରଗଡ଼ ଜିଲା କଂଗ୍ରେସ କମିଟି ସଭାପତି ନିହାର ମହାନନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri