ମାଟିରେ ମିଶିଲା ବୈକୁଣ୍ଠ ଆଶ୍ରମ

ଭୁବନେଶ୍ୱର,୧୭ା୧: ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍‌ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ ଏହି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଗୋଟିଏ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

ସୂଚନା ଯୋଗ୍ୟ, ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ଗୁରୁବାର ଆଶ୍ରମ ନିକଟରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଶୁକ୍ରବାର ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଥିଲା। ସରକାରୀ ପ୍ଲଟ୍‌ ନଂ.୯୦୩୭/୯୦୩୮ ଉପରେ ଥିବା ଏହି ବେଆଇନ ନିର୍ମାଣ ଉପରୁ ଜିନିଷପତ୍ରଗୁଡ଼ିକୁ ନିଜ ଯତ୍ନରେ କାଢ଼ିନେବାକୁ କୁହାଯାଥିଲା। ଏପରିକି ଅନ୍ତେବାସୀଙ୍କୁ ମଧ୍ୟାହ୍ନ ୧୨ଟା ସୁଦ୍ଧା ଆଶ୍ରମ ପରିତ୍ୟାଗ କରିବାକୁ ପରାମର୍ଶ ଦିଆଯାଇଥିଲା।

ପୂର୍ବରୁ ଗତ ନଭେମ୍ବର ୨୨ରେ ବିଡିଏ ପକ୍ଷରୁ ଆଶ୍ରମ ଉଚ୍ଛେଦ କରାଯିବା ନେଇ ୨୧ରେ ଘୋଷଣା କରାଯାଇଥିଲା। ହେଲେ ଏହାକୁ ଚ୍ୟାଲେଞ୍ଜ କରି ଆଶ୍ରମ ଟ୍ରଷ୍ଟ ପକ୍ଷରୁ ହାଇକୋର୍ଟଙ୍କ ନିକଟରେ ପିଟିଶନ୍‌ ଦାଖଲ କରାଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଶ୍ରମ ନିର୍ମାଣ ଅନୁମତି ଦିଆଯାଇଥିବା ନେଇ ଟ୍ରଷ୍ଟ ପକ୍ଷରୁ କୁହାଯାଇଥିଲା। ପରେ ହାଇକୋର୍ଟ ଏହି ଉଚ୍ଛେଦ ଉପରେ ଅନ୍ତରୀଣ ରହିତାଦେଶ ଜାରି କରିଥିଲେ। ପରେ ମାମଲା ଭିନ୍ନ ମୋଡ଼ ନେଇଥିଲା। ତେବେ ପରବର୍ତ୍ତୀ ସମୟରେ ହାଇକୋର୍ଟରେ ମାମଲାର ଶୁଣାଣି ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଅନୁମତି ପତ୍ରର ସତ୍ୟାସତ୍ୟ ସମ୍ପର୍କରେ ସତ୍ୟପାଠ ଦାଖଲ କରିବାକୁ ସରକାରଙ୍କୁ ବିଚାରପତି ଆଦେଶ ଦେଇଥିଲେ।

ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରେ ଆଶ୍ରମକୁ କୌଣସି ଅନୁମତିପତ୍ର ଦିଆଯାଇନାହିଁ ବୋଲି ଉଲ୍ଲେଖ କରାଯାଇଥିଲା। ଏପରି କି ଆଶ୍ରମକୁ ମିଳିଥିବା ଅନୁମତି ପତ୍ର ଜାଲ୍‌ ବୋଲି ଜଣାପଡ଼ିଥିଲା। ଫଳରେ ଜାନୁଆରୀ ୧୦ରେ ହୋଇଥିବା ମାମଲା ଶୁଣାଣିରେ ହାଇକୋର୍ଟ ଉଚ୍ଛେଦ ଉପରେ ଜାରି ରହିତାଦେଶକୁ ହଟାଇ ଦେଇଥିଲେ। ଏପରିକି ଫେବୃଆରୀ ୩ ତାରିଖ ସୁଦ୍ଧା ଆଶ୍ରମ କର୍ତ୍ତୃପକ୍ଷଙ୍କୁ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଅପରପକ୍ଷରେ ହାଇକୋର୍ଟ ଉଚ୍ଛେଦ ଉପରେ ରହିତାଦେଶ ହଟାଇଦେଇଥିବା ବେଳେ ବିଡିଏ ତାହାର କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିଛି।

ସୂଚନାଯୋଗ୍ୟ, ଆଶ୍ରମରେ ଜଣେ ନାବାଳକଙ୍କୁ କଳ୍‌କୀ ଅବତାର କହି ତାଙ୍କ ପାଦ ଉପରେ ତୁଳସୀ ଥୋଇ ପୂଜା କରିବା ପ୍ରସଙ୍ଗରେ ବିବାଦ ସାମ୍ନାକୁ ଆସିଥିଲା। ଏନେଇ ଭରତପୁର ଥାନାରେ ସ୍ଥାନୀୟ ଲୋକଙ୍କ ପକ୍ଷରୁ ଏତଲା ଦିଆଯାଇଥିଲା। ଆଶ୍ରମର ବହୁ ଅନିୟମିତତା ହେଉଥିବା ଅଭିଯୋଗ ହୋଇଥିଲା। ଦିନକୁ ଦିନ ଏହି ଅଭିଯୋଗର ଲମ୍ବା ଫର୍ଦ୍ଦ ବଢ଼ିବାକୁ ଲାଗିଥିଲା। ପରେ ନଭେମ୍ବର ୧୮ରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏବଂ ଭୁବନେଶ୍ୱର ତହସିଲ ପକ୍ଷରୁ ମିଳିତ ଭାବେ ଆଶ୍ରମର ଜମିକୁ ମାପଚୁପ କରାଯିବା ପରେ ତାହା ସରକାରୀ ଜମିରେ ଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri