ବୈକୁଣ୍ଠଧାମ ନାବାଳକ ପୂଜା ପ୍ରସଙ୍ଗ: ବେଆଇନ ନିର୍ମାଣ ଥିଲେ କାର୍ଯ୍ୟାନୁଷ୍ଠାନ ହେବା ନେଇ ଜିଲାପାଳଙ୍କ ବଡ଼ ସୂଚନା

ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ସ୍ଥାନୀୟ ଲୋକେ ଗଣମାଧ୍ୟମ ଆଗରେ ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଛନ୍ତି ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରାଣା।

ଜିଲାପାଳ କହିଛନ୍ତି ଯେ, ବୈକୁଣ୍ଠଧାମ ଆଶ୍ରମ ବେଆଇନ ଭାବେ ନିର୍ମାଣ ହୋଇଥିଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ଘଟଣାର ତଦନ୍ତ ପାଇଁ ଭୁବନେଶ୍ବର ଉପଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ସେ ଟିମ୍‌ ସହ ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବେ। ତେବେ ଏହା ରାଜସ୍ବ ଅଥବା ଜିଏ ଡିପାର୍ଟମେଣ୍ଟର ଯାଞ୍ଚ ପରେ ମାମଲା ସ୍ପଷ୍ଟ ହେବ ବୋଲି ଜିଲାପାଳ କହିଛନ୍ତି।

ଅନ୍ୟପକ୍ଷେ କୁନି ବାବାଙ୍କ ପିତା କାଶୀନାଥ ମିଶ୍ର ଗଣମାଧ୍ୟମ ଆଗରେ ମୁହିଁ ଖୋଲିଛନ୍ତି, ମୋ’ ପୁଅ ଠାକୁର ବୋଲି ମୁଁ କେବେ କହି ନାହିଁ କି ପ୍ରଚାର କରି ନାହିଁ। କିଛି କୁଚକ୍ରୀ ଗୋଷ୍ଠୀ ଚକ୍ରାନ୍ତ କରି ଜାଣିଶୁଣି ବଦନାମ କରୁଛନ୍ତି। ଫଟୋରେ କୌଣସି ଭୁଲ ନାହିଁ। ତୁଳସୀ ରଖି ଫଟୋ ଉଠାଇ ଚକ୍ରାନ୍ତ କରାଯାଇଛି। ଜଗନ୍ନାଥ ସଂସ୍କୃତି ପ୍ରଚାର ପାଇଁ ମୁଁ ସାରା ବିଶ୍ୱରେ କାମ କରୁଛି। ତେଣୁ ସବୁ ଘଟଣାର ତଦନ୍ତ ହେଲେ ଭଲ ହେବ ବୋଲି କହିଛନ୍ତି କାଶୀନାଥ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?