୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ ଦ୍ୱାରା ଆଗତ କ୍ରିମିନାଲ ଅପିଲ୍‌କୁ ବିଳମ୍ବ ଦର୍ଶାଇ ଖାରଜ କରିବା ଘଟଣାରେ ସର୍ବୋଚ୍ଚ ଅଦାଲତ ନାପସନ୍ଦ କରିଛନ୍ତି। ଏଭଳି ମାମଲା ବିଚାର କରୁଥିବାବେଳେ ହାଇକୋର୍ଟ ବାସ୍ତବବାଦୀ ଏବଂ ସହାନୁଭୂତିଶୀଳ ହେବା ଜରୁରୀ ଥିଲା। ଏପରି କି ଦୋଷୀଙ୍କ ଯୋଗ୍ୟତା ଆଧାରରେ ତାଙ୍କ ଆବେଦନର ଯୁକ୍ତି ଦର୍ଶାଇବା ପାଇଁ ସୁଯୋଗ ଦେବାକୁ ସେ କରିଥିବା ବିଳମ୍ବକୁ କ୍ଷମା କରିବା ଉଚିତ୍‌ ଥିଲା ବୋଲି ସୁମ୍ରିମ୍‌କୋର୍ଟ ବିଚାରପତି ଜେ. ବି. ପର୍ଡିଓ୍ବାଲା ଓ ଉଜ୍ଜଲ୍‌ ଭୂୟଁାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଦଣ୍ଡ ଭୋଗୁଥିବା ଆବେଦନକାରୀଙ୍କୁ ଥରେ ମଧ୍ୟ ପାରୋଲରେ ଛଡ଼ାଯାଇ ନାହିଁ। ତେଣୁ ଯୋଗ୍ୟତା ଆଧାରରେ ଫୌଜଦାରୀ ଆବେଦନର ଶୁଣାଣି ପାଇଁ ମାମଲାକୁ ହାଇକୋର୍ଟକୁ ଫେରାଇବା ଏକ ନିରର୍ଥକ କାର୍ଯ୍ୟ ହେବ ବୋଲି ଖଣ୍ଡପୀଠ କହିଛନ୍ତି।
“ଆମେ ନିଶ୍ଚିତ ଯେ, ଏହି ମାମଲାର ତଥ୍ୟ ଏବଂ ଏକ୍ସେସ୍ପନାଲ ପରିସ୍ଥିତିରେ ଆବେଦନକାରୀଙ୍କୁ ଜାମିନରେ ମୁକ୍ତ କରିବା ଉଚିତ। ତେଣୁ ସମ୍ବିଧାନର ଧାରା ୧୪୨ ଅନୁଯାୟୀ ଅଦାଲତଙ୍କ ଅଧିକାର କ୍ଷେତ୍ର ବ୍ୟବହାର କରି, ଆମେ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ସନ୍ତୁଷ୍ଟି ପାଇଁ ଆବେଦନକାରୀଙ୍କୁ ୧୦,୦୦୦ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଉଛୁ,” ବୋଲି ଖଣ୍ଡପୀଠ କହିଛନ୍ତି। ପ୍ରକାଶ ଯେ, ନବରଙ୍ଗପୁର ଅତିରିକ୍ତ ଦୌରାଜଜ୍‌ଙ୍କ କୋର୍ଟ ଦ୍ୱାରା ଆଜୀବନ କାରାଦଣ୍ଡରେ ଦଣ୍ଡିତ ହୋଇଥିବା ଅଭିଯୁକ୍ତ ଅର୍ଜୁନ ଜାନି ଓରଫ ଟୁଣ୍ଟୁନ୍‌ ଦୋଷୀ ସାବ୍ୟସ୍ତ ହେବାର ୩,୧୫୭ ଦିନ ପରେ ଉଚ୍ଚ ଅଦାଲତରେ କ୍ରିମିନାଲ ଅପିଲ୍‌ ରୁଜୁ କରିଥିଲେ। ହେଲେ ହାଇକୋର୍ଟ ଉକ୍ତ ଆବେଦନକୁ ବିଳମ୍ବ ଦର୍ଶାଇ ଖାରଜ କରି ଦେଇଥିଲେ। ଏହାପରେ ଆବେଦନକାରୀ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri