Posted inଜାତୀୟ

୪ ଜଣଙ୍କ ଜାମିନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୩ା୧୨: ୧୯୯୪ ଇସ୍ରୋ ଗୁପ୍ତଚରଗିରି ଘଟଣାରେ ବୈଜ୍ଞାନିକ ନାମ୍ବି ନାରାୟଣଙ୍କୁ ସମ୍ପୃକ୍ତ କରାଯିବା ମାମଲାରେ ପୂର୍ବତନ ପୋଲିସ ଡିଜିଙ୍କ ସମେତ ୪ ଜଣଙ୍କୁ କେରଳ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବାବେଳେ ସୁପ୍ରିମକୋର୍ଟ ଶୁକ୍ରବାର ଏହାକୁ ଖାରଜ କରିଦେଇଛନ୍ତି। ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ମାମଲାକୁ ହାଇକୋର୍ଟଙ୍କୁ ଫେରାଇଦେବା ସହ ୪ ସପ୍ତାହ ମଧ୍ୟରେ ଜାମିନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କୁ ହିଁ ନିଷ୍ପତ୍ତି ନେବାକୁ ହେବ ବୋଲି ଖଣ୍ଡପୀଠ କହିଛନ୍ତି। ଜାମିନ ଆବେଦନ ଉପରେ ଚୂଡ଼ାନ୍ତ ରାୟ ପ୍ରକାଶ ନ ପାଇବା ଯାଏ, ତଦନ୍ତରେ ସହଯୋଗ ଆଳରେ ପ୍ରତିବାଦୀଙ୍କୁ ଗିରଫ କରାଯଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଇସ୍ରୋ ଗୁପ୍ତଚରଗିରି ମାମଲାରେ ଗୁଜରାଟର ପୂର୍ବତନ ପୋଲିସ ଡିଜି ଆର୍‌.ବି. ଶ୍ରୀକୁମାର, କେରଳର ଦୁଇଜଣ ପୂର୍ବତନ ପୋଲିସ ଅଫିସର ଏସ୍‌. ବିଜୟନ ଏବଂ ଥାମ୍ପି ଏସ୍‌ ଦୁର୍ଗା ଦତ୍ତ ଏବଂ ଅବସରପ୍ରାପ୍ତ ଗୋଇନ୍ଦା ଅଧିକାରୀ ପି.ଏସ୍‌. ଜୟପ୍ରକାଶଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବାବେଳେ ସିବିଆଇ ଏହାକୁ ବିରୋଧ କରିଥିଲା। ସେତେବେଳେ ଶ୍ରୀକୁମାର ଗୋଇନ୍ଦା ବ୍ୟୁରୋ ଉପନିର୍ଦ୍ଦେଶକ ଥିଲେ। ଗୁପ୍ତଚରଗିରି ନାଁରେ କେତେଜଣ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଫଳରେ କ୍ରାୟୋଜେନିକ ଇଞ୍ଜିନ୍‌ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହେବାରୁ ଭାରତର ମହାକାଶ କାର୍ଯ୍ୟକ୍ରମ ୧ରୁ ୨ ଦଶନ୍ଧି ବିଳମ୍ବିତ ହୋଇଥିଲା ବୋଲି ତଦନ୍ତରୁ ଜଣାପଡ଼ିଥିଲା। ଇସ୍ରୋର କ୍ରାୟୋଜେନିକ ଇଞ୍ଜିନ ଉତ୍ପାଦନ ଉଦ୍ୟମକୁ ଭଣ୍ଡୁର କରିବା ପଛରେ ଉକ୍ତ ଟିମ୍‌ ସମ୍ପୃକ୍ତ ଥିବା ସ୍ପଷ୍ଟ ସୂଚନା ମିଳୁଥିବା ସିବିଆଇ ପୂର୍ବରୁ ଅଭିଯୋଗ କରିଥିଲା। ତେବେ ପର୍ଯ୍ୟାପ୍ତ ପ୍ରମାଣ ନ ଥିବା ଦର୍ଶାଇ ଗତବର୍ଷ ଅଗଷ୍ଟ ୧୩ରେ କେରଳ ହାଇକୋର୍ଟ ସେମାନଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri