Posted inଜାତୀୟ

୪ ଜଣଙ୍କ ଜାମିନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୩ା୧୨: ୧୯୯୪ ଇସ୍ରୋ ଗୁପ୍ତଚରଗିରି ଘଟଣାରେ ବୈଜ୍ଞାନିକ ନାମ୍ବି ନାରାୟଣଙ୍କୁ ସମ୍ପୃକ୍ତ କରାଯିବା ମାମଲାରେ ପୂର୍ବତନ ପୋଲିସ ଡିଜିଙ୍କ ସମେତ ୪ ଜଣଙ୍କୁ କେରଳ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବାବେଳେ ସୁପ୍ରିମକୋର୍ଟ ଶୁକ୍ରବାର ଏହାକୁ ଖାରଜ କରିଦେଇଛନ୍ତି। ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ମାମଲାକୁ ହାଇକୋର୍ଟଙ୍କୁ ଫେରାଇଦେବା ସହ ୪ ସପ୍ତାହ ମଧ୍ୟରେ ଜାମିନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କୁ ହିଁ ନିଷ୍ପତ୍ତି ନେବାକୁ ହେବ ବୋଲି ଖଣ୍ଡପୀଠ କହିଛନ୍ତି। ଜାମିନ ଆବେଦନ ଉପରେ ଚୂଡ଼ାନ୍ତ ରାୟ ପ୍ରକାଶ ନ ପାଇବା ଯାଏ, ତଦନ୍ତରେ ସହଯୋଗ ଆଳରେ ପ୍ରତିବାଦୀଙ୍କୁ ଗିରଫ କରାଯଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।
ଇସ୍ରୋ ଗୁପ୍ତଚରଗିରି ମାମଲାରେ ଗୁଜରାଟର ପୂର୍ବତନ ପୋଲିସ ଡିଜି ଆର୍‌.ବି. ଶ୍ରୀକୁମାର, କେରଳର ଦୁଇଜଣ ପୂର୍ବତନ ପୋଲିସ ଅଫିସର ଏସ୍‌. ବିଜୟନ ଏବଂ ଥାମ୍ପି ଏସ୍‌ ଦୁର୍ଗା ଦତ୍ତ ଏବଂ ଅବସରପ୍ରାପ୍ତ ଗୋଇନ୍ଦା ଅଧିକାରୀ ପି.ଏସ୍‌. ଜୟପ୍ରକାଶଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବାବେଳେ ସିବିଆଇ ଏହାକୁ ବିରୋଧ କରିଥିଲା। ସେତେବେଳେ ଶ୍ରୀକୁମାର ଗୋଇନ୍ଦା ବ୍ୟୁରୋ ଉପନିର୍ଦ୍ଦେଶକ ଥିଲେ। ଗୁପ୍ତଚରଗିରି ନାଁରେ କେତେଜଣ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯିବା ସହ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା। ଫଳରେ କ୍ରାୟୋଜେନିକ ଇଞ୍ଜିନ୍‌ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହେବାରୁ ଭାରତର ମହାକାଶ କାର୍ଯ୍ୟକ୍ରମ ୧ରୁ ୨ ଦଶନ୍ଧି ବିଳମ୍ବିତ ହୋଇଥିଲା ବୋଲି ତଦନ୍ତରୁ ଜଣାପଡ଼ିଥିଲା। ଇସ୍ରୋର କ୍ରାୟୋଜେନିକ ଇଞ୍ଜିନ ଉତ୍ପାଦନ ଉଦ୍ୟମକୁ ଭଣ୍ଡୁର କରିବା ପଛରେ ଉକ୍ତ ଟିମ୍‌ ସମ୍ପୃକ୍ତ ଥିବା ସ୍ପଷ୍ଟ ସୂଚନା ମିଳୁଥିବା ସିବିଆଇ ପୂର୍ବରୁ ଅଭିଯୋଗ କରିଥିଲା। ତେବେ ପର୍ଯ୍ୟାପ୍ତ ପ୍ରମାଣ ନ ଥିବା ଦର୍ଶାଇ ଗତବର୍ଷ ଅଗଷ୍ଟ ୧୩ରେ କେରଳ ହାଇକୋର୍ଟ ସେମାନଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri