Posted inଜାତୀୟ

ଝାଡ଼ଖଣ୍ଡ ୩ ବିଧାୟକଙ୍କୁ ଜାମିନ୍‌, ମୁଖ୍ୟମନ୍ତ୍ରୀ ଜାଣିଶୁଣି ଏଭଳି କରିଥିବା ଅଭିଯୋଗ ଆଣିଲେ ଅଭିଯୁକ୍ତ…

କୋଲକାତା, ୨୦।୮ : ଏକ କାରରୁ ୫୦ ଲକ୍ଷ ଟଙ୍କା ଜବତ ହୋଇଥିବା ଅଭିଯୋଗ ଗିରଫ ହୋଇଥିବା ଝାଡ଼ଖଣ୍ଡର ୩ ଜଣ ବିଧାୟକଙ୍କୁ କୋଲକାତା ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ମଞ୍ଜୁର କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜମତରା ବିଧାୟକ ଇରଫାନ୍‌ ଅଂସାରୀ,ଖିଜରି ବିଧାୟକ ରାଜେଶ କଚ୍ଛପ ଏବଂ କୋଲେବିରା ବିଧାୟକ ନମନ ବିକ୍ସଲଙ୍କୁ ଜାମିନ ମିଳିଛି।

ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ କଥାବର୍ତ୍ତା ସମୟରେ ଅଂସାରୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଜାଣିଶୁଣି ରାଜନୈତିକ ଉଦ୍ଦେଶ୍ୟ ନେଇ ସେମାନଙ୍କୁ ଆଇନ ଜାଲରେ ଛନ୍ଦି ଦେଇଛନ୍ତି। ଜବତ ହୋଇଥିବା ଟଙ୍କା ଆମର ଥିଲା। ଆମେ କଂଗ୍ରେସ ନୀତିରେ ପରିଚାଳିତ। ଆମେ କେବେ ମଧ୍ୟ ଭାଜପାରେ ସାମିଲ ହୋଇ ପାରିବୁ ନାହିଁ। ୩ ଜଣ ବିଧାୟକ ସରକାର ଭାଙ୍ଗି ପାରିବେ ନାହିଁ ବୋଲି ସେ କହିଛନ୍ତି।

ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ବୈଠକ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ବନ୍ନା ଗୁପ୍ତା କହିଛନ୍ତି ଯେ, ରାଜ୍ୟର ବିକାଶ ଏବଂ ଜନସାଧାରଣଙ୍କର ଆଶା ଆକାଂକ୍ଷା କିଭଳି ପୂରଣ ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri