Posted inଜାତୀୟ

ବରବରା ରାଓଙ୍କୁ ଜାମିନ…

ନୂଆଦିଲ୍ଲୀ, ୧୦।୮ : ମହାରାଷ୍ଟ୍ରରେ ୨୦୧୮ ଭୀମା କୋରେଗାଓଁ ହିଂସା ମାମଲାରେ ଅଭିଯୁକ୍ତ କବି ୮୪ ବର୍ଷ ବୟସ୍କ ପି. ବରବରା ରାଓଙ୍କୁ ସ୍ବାସ୍ଥ୍ୟ ଆଧାରରେ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।

ମଧ୍ୟବର୍ତ୍ତୀ ଜାମିନକୁ ନିୟମିତ ଜାମିନରେ ପରିଣତ କରିବା ସହିତ ସୁପ୍ରିମକୋର୍ଟଙ୍କ ବିଚାରପତି ୟୁୟୁ ଲଳିତ ଏବଂ ଅନିରୁଦ୍ଧ ବୋଷ ଏବଂ ସୁନ୍ଧାଶୁଂ ଧୁଳିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ସର୍ତ୍ତ ରଖିଛନ୍ତି ଯେ ଟ୍ରାଏଲ କୋର୍ଟଙ୍କ ଅନୁମୋଦନ ବିନା ରାଓ ସହର ଛାଡି ପାରିବେ ନାହିଁ। ରାଓ ସାକ୍ଷୀମାନଙ୍କ ସହିତ ଯୋଗାଯୋଗ କରିବାକୁ ଚେଷ୍ଟା କରିବେ ନାହିଁ। ଏହାପୂର୍ବରୁ ବମ୍ବେ ହାଇକୋର୍ଟ ରାଓଙ୍କ ନିୟମିତ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ।

ବରବରା ରାଓଙ୍କୁ ୨୮ ଅଗଷ୍ଟ ୨୦୧୮ ରେ ହାଇଦ୍ରାବାଦସ୍ଥିତ ତାଙ୍କ ଘରୁ ଗିରଫ କରାଯାଇଥିଲା। ଭୀମ କୋରେଗାଓଁ ମାମଲାରେ ପୁଣେ ପୋଲିସ ଦ୍ୱାରା ୮ ଜାନୁଆରୀ ୨୦୧୮ରେ ବିଶ୍ରାମବାଗ ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଥିଲା। ଆଇପିସି ଏବଂ ବେଆଇନ କାର୍ଯ୍ୟକଳାପ ପ୍ରତିରୋଧ ଅଧିନିୟମ (ୟୁଏପିଏ) ର ବିଭିନ୍ନ ଧାରା ଅନ୍ତର୍ଗତ ଏହି ମାମଲା ଦାୟର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri