ନିଶାଦ୍ରବ୍ୟର ପେଣ୍ଠସ୍ଥଳୀ ବଇଣ୍ଡା

ବଇଣ୍ଡା,୧୫।୫(ଡି.ଏନ.ଏ): ଅନୁଗୋଳ ଜିଲାର ଅନ୍ୟତମ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡା ଏବେ ନିଶା ବ୍ୟବସାୟର କେନ୍ଦ୍ର ପାଲଟିଛି। ଅଞ୍ଚଳ ଦେଇ ଦୈନିକ ବିପୁଳ ପରିମାଣର ଗଞ୍ଜେଇ, ଅଫିମ, ଚୋରା ମଦ ଚାଲାଣ କରାଯାଉଛି। ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ନିଶା ବ୍ୟବସାୟୀଙ୍କ ଉପରେ ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଏଭଳି ବେଆଇନ କାରବାର ବଢ଼ିବାରେ ଲାଗିଛି। ଏହାକୁ ରୋକିବା ଲାଗି ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଅଭିଯୋଗପତ୍ର ମାଧ୍ୟମରେ ଶନିବାର ଏସ୍‌ପିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ନକଲ ଅବକାରୀ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ, ପୋଲିସ ଡିଜିଙ୍କୁ ପ୍ରଦାନ କରାଯାଇଛି।
ଗ୍ରାମବାସୀ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ହଣ୍ଡପା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନକୁ ବାହାରୁ ଗଞ୍ଜେଇ ଆସୁଛି। ଏହାକୁ ଗଚ୍ଛିତ କରି ରଖାଯାଉଛି। ବଇଣ୍ଡା ରେଳ ଷ୍ଟେଶନ ଦେଇ ଏକ୍ସପ୍ରେସ ଟ୍ରେନ୍‌ରେ ରାଜ୍ୟ ଓ ଜିଲା ବାହାରକୁ ଚାଲାଣ କରାଯାଉଛି। ବିଶେଷ କରି ସ୍କୁଲ ବ୍ୟାଗ୍‌ରେ ମାଦକ ଦ୍ରବ୍ୟ କାରବାର ହେଉଥିବାରୁ କେହି ସନ୍ଦେହ କରୁନାହାନ୍ତି। ପ୍ରାୟ ୬ ମାସ ହେଲା ଅବାଧ ନିଶାଦ୍ରବ୍ୟ ବ୍ୟବସାୟ ବଢ଼ିବାରେ ଲାଗିଛି। ଅପରପକ୍ଷେ ବଇଣ୍ଡା ଫାଣ୍ଡିରେ ଆବଶ୍ୟକ କର୍ମଚାରୀ ନାହାନ୍ତି। ଫାଣ୍ଡି ଅଧିକାରୀ ଅଧିକାଂଶ ସମୟରେ ହଣ୍ଡପା ଥାନାରେ ରହୁଛନ୍ତି। ପାଟ୍ରୋଲିଂ ଠିକ୍‌ ଭାବେ ହେଉ ନ ଥିବାରୁ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଉଛନ୍ତି। ଏ ସଂକ୍ରାନ୍ତରେ ଗତ ଫେବୃୟାରୀ ୧୨ରେ ବଇଣ୍ଡା ଗ୍ରାମବାସୀ ଜିଲା ପ୍ରଶାସନ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ତଥାପି କୌଣସି ସୁଫଳ ମିଳୁନାହିଁ। ଏଥିରେ ଏସ୍‌ପି ହସ୍ତକ୍ଷେପ କରିବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ଆଠମଲ୍ଲିକ ଅବକାରୀ ବିଭାଗ ଉପନିରୀକ୍ଷକ ଧରଣୀଧର ପ୍ରହରାଜ କହିଛନ୍ତି, ନିଶା କାରବାର ରୋକିବା ଦିଗରେ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri