Posted inଖେଳ

ହିମାଚଳକୁ ହରାଇଲା ହାଇଦ୍ରାବାଦ

କଟକ,୧୬ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ ହୋଇଛି ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ। ସନ୍ଧ୍ୟାରେ ଷ୍ଟାଡିୟମ ପରିସରରେ ଉଦ୍‌ଘାଟନୀ ଉତ୍ସବ ଆୟୋଜନ କରାଯାଇଥିଲା। ସ୍ବର୍ଗତ ଭୈରବ ଚନ୍ଦ୍ର ମହାନ୍ତିଙ୍କ ପୁତ୍ର ଡ. ଖାରବେଳ ମହାନ୍ତି ଓ ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପ୍ରଣବ ପ୍ରକାଶ ଦାସ, ଉପସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, ଯୁଗ୍ମ ସମ୍ପାଦକ ପ୍ରଭାତ ଭୋଳ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଆପେକ୍ସ କାଉନସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଅନ୍ୟତମ ଅତିଥି ଭାବେ ଉପସ୍ଥିତ ଥିଲେ। ଏହି ଅବସରରେ ସ୍ବର୍ଗତ ମହାନ୍ତିଙ୍କ ଫଟୋରେ ମାଲ୍ୟାର୍ପଣ କରାଯିବା ସହ ସ୍ମୃତିଚାରଣ କରାଯାଇଥିଲା।
ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ହାଇଦ୍ରାବାଦ ୭ ଉଇକେଟରେ ହିମାଚଳ ପ୍ରଦେଶକୁ ପରାସ୍ତ କରିଛି। ହାଇଦ୍ରାବାଦ ଅଧିନାୟକ ତନ୍ମୟ ଅଗ୍ରୱାଲ ଟସ୍‌ ଜିତି ହିମାଚଳକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲେ। ମୟଙ୍କ ଡଗରଙ୍କ ନେତୃତ୍ୱାଧୀନ ହିମାଚଳପ୍ରଦେଶ ସମସ୍ତ ଉଇକେଟ ହରାଇ ୧୨୪ରନ କରିଥିଲା। ଇନେଶ ମହାଜନ ସର୍ବାଧିକ ୪୫ରନ କରିଥିଲେ। ହାଇଦ୍ରାବାଦ ପକ୍ଷରୁ ଟି. ରବି ତେଜା ୪ଟି, ରକ୍ଷଣ ରେଡ୍ଡୀ ୩ଟି, ଜି. ଅନିକେତ ରେଡ୍ଡୀ ୨ଟି ଏବଂ ତନୟ ତ୍ୟାଗରାଜନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ରୋହିତ ରାୟୁଡୁ ୮୦ ରନର ଦ୍ରୁତ ଇନିଂସ୍‌ ଖେଳି ହାଇଦ୍ରାବାଦକୁ ପ୍ରଥମ ବିଜୟ ପ୍ରଦାନ କରିଥିଲେ ।
୪୬ଟି ବଲରୁ ୬ଟି ଚୌକା ଏବଂ ୫ଟି ଛକା ସହାୟତାରେ ସେ ଏହି ମ୍ୟାଚ ବିଜୟୀ ଅର୍ଦ୍ଧଶତକୀୟ ଇନିଂସ୍‌ ଖେଳିଥିଲେ। ୧୫.୨ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ୍‌ ମ୍ୟାଚ୍‌ ଜିତିଥିଲା । ପ୍ରକାଶଥାଉକି, ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ଆୟୋଜିତ ଏହି ଟର୍ନାମେଣ୍ଟର ପ୍ରାୟୋଜକ ହେଉଛି ଏମ୍‌ଜିଏମ୍‌ ମିନେରାଲ୍ସ ଲିମିଟେଡ୍‌। ମୋଟ୍‌ ୮ଟି ଦଳକୁ ନେଇ ଏହି ଟୁର୍ନାମେଣ୍ଟ ଖେଳାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri