ଆଶ୍ୱାସନାରେ ଝୁଲିଲା ବୈଶିଙ୍ଗା ଡାକ୍ତରଖାନାର ଭାଗ୍ୟ

ବୈଶିଙ୍ଗା,୧୬ା୧୦(ରତନ ଦାଶ) ମୟୂରଭଞ୍ଜ ଜିଲା ବୈଶିଙ୍ଗା ଡାକ୍ତରଖାନାର ଭାଗ୍ୟ ଆଶ୍ୱାସନାରେ ଝୁଲି ରହିଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବଦଳରେ ୩୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଚିକିତ୍ସା କେନ୍ଦ୍ର ହେବା ନେଇ ପ୍ରତିଶ୍ରୁତି ମିଳିଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ଦେଖିବାକୁ ମିଳିଛି।
ଡାକ୍ତରଖାନାକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ଦୀର୍ଘ ୩୦ ବର୍ଷ ହେବ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଆସୁଛି। ଏହି ଦାବି ପୂରଣ ପାଇଁ ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀରୁ ଚାଲିଥିବା ରିଲେ ଅନଶନ ୧୨ ଦିନରେ ପହଞ୍ଚତ୍ବା ପରେ ବିଜେଡିର ବରିଷ୍ଠ ନେତୃବୃନ୍ଦ ପ୍ରତିଶ୍ରୁତି ଦେବାରୁ ଏହି ଅନଶନକୁ ସ୍ଥଗିତ ରଖାଯାଇଥିଲା। ଦାବି ସମ୍ପର୍କରେ ଆଲୋଚନା ସକାଶେ ସରକାରଙ୍କଠାରୁ ଡାକରା ପାଇ ଗତ ୧୩ ତାରିଖରେ ଆଞ୍ଚଳିକ ବିକାଶ ପରିଷଦର ଏକ ପ୍ରତିନିଧି ଦଳ ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନାରେ ବିକାଶ ପରିଷଦର ସଦସ୍ୟଙ୍କ ସହ ବିଜୁ ଜନତା ଦଳର ବଡସାହି ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ତଥା ମୟୂରଭଞ୍ଜ ସମବାୟ ବ୍ୟାଙ୍କ ଅଧ୍ୟକ୍ଷ ସୁବ୍ରମଣ୍ୟମ ମହାନ୍ତି, ବେତନଟୀ ବ୍ଲକ ଅଧ୍ୟକ୍ଷା କୌଶଲ୍ୟା ମାଝି , ଉପାଧ୍ୟକ୍ଷ ଦେବଦତ୍ତ ତିଆଡି, ୩୬ନଂଂ ଜିଲା ପରିଷଦ ସଦସ୍ୟା ସବିତା ଦାସ, ୩୭ ନଂ. ଜିଲା ପରିଷଦ ସଦସ୍ୟା ଧାନୀ କିସ୍କୁ, ପ୍ରାକ୍ତନ ବିଧାୟକ ଗଣେଶ୍ୱର ପାତ୍ର, ବୃନ୍ଦାବନ ଦାସ, ବିଜେଡି ନେତା ଶୁଭ୍ରାନ୍ତ ତିଆଡି, ରବି ନାରାୟଣ ପଣ୍ଡା, ବେତନଟୀ ବ୍ଲକ ସଭାପତି ସନ୍ତକ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ। ତେବେ ପରିତାପର ବିଷୟ ଯେ, ଆଞ୍ଚଳିକ ବିକାଶ ପରିଷଦର ମୂଳ ଦାବି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିବର୍ତ୍ତେ ୩୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଚିକିତ୍ସା ଗୃହ, ଅଧିକ ଡାକ୍ତର, ଅତ୍ୟାଧୁନିକ ଚିକିତ୍ସା ସେବାର ସୁବନ୍ଦୋବସ୍ତ କରାଯିବା ଏବଂ ଡିସେମ୍ବର ୩୧ ତାରିଖ ସୁଦ୍ଧା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଶ୍ୱାସନା ମିଳିଥିଲା। ତେବେ ରାଜଧାନୀରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ଘୋଷଣା ଖବର ଆସିବାକୁ ଚାହିଁ ବସିଥିବା ସମଗ୍ର ଅଞ୍ଚଳବାସୀଙ୍କ ମଧ୍ୟରେ ନୈରାଶ୍ୟ ଭାବ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri