ବିପଦରେ ବୈତରଣୀ ସେତୁ

ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍‌ଲାଇନ୍‌ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୂର୍ବରୁ ୨୦୧୮ ଜୁଲାଇ ୬ ତାରିଖରେ ସେତୁର ଗୋଟିଏ ପିଲାରରୁ ଏକ ବେରିଂ ଖସିପଡିଥିଲା। ୨୦୧୯ ଜୁଲାଇ ୧୨ରେ ୩୯ ଲକ୍ଷ ବ୍ୟୟ ଅଟକଳରେ ଏହାର ମରାମତି କରାଯାଇଥିଲା। ପୁନର୍ବାର ସେତୁର ସ୍ପାନ ଦବିବା ଘଟଣା ଜଣାପଡିବା ପରେ ଆନନ୍ଦପୁର ପୂର୍ତ୍ତ ବିଭାଗ ଉଦ୍ୟମରେ ଏକ ଟେକ୍ନିକାଲ ଟିମ୍‌ ଅନୁଧ୍ୟାନ କରି ସେତୁ ବିପଦସଙ୍କୁଳ ଥିବା ସତର୍କ କରାଇଛନ୍ତି। ତେବେ ଅଧିକ ଦବି ଥିବା ଏକ ସ୍ପାନକୁ ସୁରକ୍ଷା ଦେବା ଲାଗି ବିଭାଗ ପକ୍ଷରୁ କାଠଗୋଲା ଦିଆଯାଇ ଗତ ବୁଧବାର ମରାମତି କରାଯାଇଛି। ଏହାସହିତ ଅନ୍ୟ ବିପଦସଙ୍କୁଳ ସ୍ଥାନକୁ ମରାମତି କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସେତୁରେ ଲାଗିଥିବା ଅଧିକାଂଶ ସ୍ପାନର ଲମ୍ବ ୫୭ମିଟର। ଭାରିଯାନ ଚଳାଚଳ ଯୋଗୁ କ୍ଷତିଗ୍ରସ୍ତ ହେଉଥିବା ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର କୁମାର ଅଧିକାରୀ କହିଛନ୍ତି। ତେବେ ସ୍ଥାନୀୟ ପ୍ରଶାସନ ଏବଂ ଜିଲାପାଳଙ୍କ ସହିତ ଆଲୋଚନା ପରେ ସେତୁର ଉଭୟପାର୍ଶ୍ୱରେ ଭାରିଯାନ ଚଳାଚଳ ଦିଗରେ ରୋକ୍‌ ଲଗାଇବା ପାଇଁ ସୂଚନାଫଳକ ଲଗାଯାଇଛି। ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କହିବା ଅନୁଯାୟୀ, ଭାରିଯାନ ଚଳାଚଳ ଦିଗରେ ରୋକ୍‌ ନ ଲଗାଇଲେ ସେତୁ ଅଧିକ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ପୁନର୍ବାର ଆକଳନ କରାଯାଇ ସେତୁର ସମ୍ପୂର୍ଣ୍ଣ ମରାମତି କରାଯିବାକୁ ଉଦ୍ୟମ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ମାତ୍ରାଧିକ ଭାରିଯାନ ଚଳାଚଳ ଯୋଗୁ ସେତୁ ବିପଦସଙ୍କୁଳ ହୋଇପଡୁଛି। ଏଣୁ ଏକ ବିକଳ୍ପ ସେତୁ ନିର୍ମାଣ ନିମନ୍ତେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିବା ସେ ସୂଚନା ଦେଇଛନ୍ତି। ୫୩ ନଂ.ରାଜ୍ୟ ରାଜପଥ ଏବଂ ୨୦ନଂ. ଜାତୀୟ ରାଜପଥକୁ ଯୋଗାଯୋଗ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଏହି ସେତୁରେ ବାରମ୍ବାର ବିପଦପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହେବା ଦୁର୍ଭାଗ୍ୟଜନକ। ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ବିକଳ୍ପ ଭାବେ ନୂତନ ସେତୁର ବ୍ୟବସ୍ଥା ଗ୍ରହଣ କରିବା ଏକମାତ୍ର ବିକଳ୍ପ ବୋଲି ସାମାଜିକ କର୍ମୀ ବୁଲୁ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri