ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଅନେକ ଜିଲାରେ ଚାଷଜମି ଓ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଏଥିସହିତ କେତେକ ନଦୀରେ ମଧ୍ୟ ବନ୍ୟାଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ସମ୍ଭାବନା ଥିବାରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁ ବୈତରଣୀ, ମହାନଦୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୁଲ୍ୟା ନଦୀ ଫୁଲିବାରେ ଲାଗିଛି। ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ଗୋଟିଏ ଲେଖାଏ ଓଡ୍ରାଫ୍‌ ଟିମ୍‌ ମୁତୟନ କରାଯାଇଛି। ସେହିପରି ବାଲେଶ୍ୱର ଜିଲାରେ ୨ଟି ଏନ୍‌ଡିଆର୍‌ଏଫ୍‌, ଭଦ୍ରକ ଓ ଯାଜପୁର ଜିଲାରେ ଗୋଟିଏ ଲେଖାଏ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ମୁତୟନ କରାଯାଇଛି। ଏଥିସହ ଅଗ୍ନିଶମ ବାହିନୀକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି।
ଜଳସମ୍ପଦ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏହାର ଜଳସ୍ତର ଚମ୍ପୁଆରେ ବିପଦ ସଙ୍କେତ ୩୭୫.୩୩ ମିଟର ଥିବା ବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୩୭୬.୪୧ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି। ସେହିପରି ଆନନ୍ଦପୁରରେ ବିପଦ ସଙ୍କେତସ୍ତର ୩୭.୪୫ ମିଟର ଥିବା ବେଳେ ୩୮.୩୬ ମିଟର ଉପରେ ପ୍ରବାହିତ ହେଉଛି। ଜଳକା ନଦୀର ମଥାନିରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେହିପରି ମହାନଦୀର ନରାଜ, ଖଇରମାଳ, ବ୍ରାହ୍ମଣୀ ତାଳଚେର, ଜେନାପୁର, ପାନପୋଷ, ସୁବର୍ଣ୍ଣରେଖା ନଦୀର ଜାମଶୋଳାଘାଟ, ଜାମସେଦପୁର, ବଂଶଧାରାର ଗୁଡାରି, ଋଷିକୁଲ୍ୟାର ସୋରଡ଼ା ଏବଂ ବୁଢ଼ାବଳଙ୍ଗ ନଦୀର ବାରିପଦା ଓ ଏନ୍‌ଏଚ୍‌-୫ ଗୋବିନ୍ଦପୁରଠାରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି।
ଅତ୍ୟଧିକ ବର୍ଷା ଯୋଗୁ ବିଭିନ୍ନ ଜିଲାରେ କେତେକ ଅଞ୍ଚଳରେ ଚାଷଜମି ଜଳମଗ୍ନ ହୋଇରହିଛି। କେତେକ ଜାଗାରେ କଚ୍ଚାଘର କ୍ଷତିଗ୍ରସ୍ତ ହୋଇଛି। କେତେକ ସ୍ଥାନରେ ରାସ୍ତା ବୁଡିଯିବାରୁ ଯୋଗାଯୋଗ ବ୍ୟାହତ ହୋଇଛି। ବରାଳୀ ଓ ସରାଳୀ ନଦୀର ଜଳସ୍ତର ବୃଦ୍ଧି ପାଇ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ଅଞ୍ଚଳ ଜଳମଗ୍ନ ହୋଇଥିଲା। ତାହା ଧୀରେ ଧୀରେ ହ୍ରାସ ପାଇଛି।
ପ୍ରାରମ୍ଭିକ ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲାର ଶୁକୃଳି ତହସିଲ ମହୁଲିଆସୁଲି ଗ୍ରାମର ୬୨ ବର୍ଷୀୟ ନଳିନୀ ମୁଣ୍ଡାଙ୍କର କାନ୍ଥପଡ଼ି ପ୍ରାଣହାନି ଘଟିଛି। ରାଜ୍ୟ ଓ ଜିଲା ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି।
ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଅଧିକାଂଶ ଜିଲାରେ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଏହି ସମୟରେ ରାଜ୍ୟରେ ହାରାହାରି ୭୬.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ରାଜ୍ୟର ୯ ଜିଲା କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁର, ଜଗତ୍‌ସିଂହପୁର, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କଟକରେ ଗତ ୨୪ ଘଣ୍ଟା ମଧ୍ୟରେ ହାରାହାରି ୧୦୦ ମିିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଅନ୍ୟ ୧୧ ଜିଲା ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବାଲେଶ୍ୱର, ଢେଙ୍କାନାଳ, ପୁରୀ, କନ୍ଧମାଳ, ବରଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ୫୦ରୁ ୧୦୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କେନ୍ଦ୍ରାପଡ଼ା ଜିଲାରେ ୧୬୮.୩ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୧୬୨.୩, ଜଗ୍‌ତସିଂହପୁର ୧୪୬.୫, ବୌଦ୍ଧ ୧୩୩.୩, କେନ୍ଦୁଝର ୧୨୪.୮, ମୟୂରଭଞ୍ଜ ୧୨୨.୨, ଭଦ୍ରକ ୧୧୭, ଯାଜପୁର ୧୧୫ ଏବଂ କଟକ ଜିଲାରେ ସର୍ବାଧିକ ୧୦୧.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
୪ଟି ଜିଲାରେ ୨୦୦ ମିଲିମିଟରରୁ ଅଧିକ ବୃଷ୍ଟିପାତ ହୋଇଛି।
କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକରେ ସର୍ବାଧିକ ୨୩୪ ମିଲିମିଟରରୁ ଅଧିକ ବର୍ଷା ହୋଇଥିବା ବେଳେ କେନ୍ଦୁଝର ଜିଲାର ଚମ୍ପୁଆ ବ୍ଲକରେ ୨୧୦, ବୌଦ୍ଧ ଜିଲାର ବୌଦ୍ଧ ବ୍ଲକରେ ୨୦୮.୨ ଏବଂ ବାରିପଦା ବ୍ଲକରେ ୨୦୭ ମିଲିମିଟର ବର୍ଷା ହୋଇଛି। ଏହାଛଡ଼ା ୯୨ ବ୍ଲକରେ ୧୦୦ ମି.ମି.ରୁ ଊର୍ଦ୍ଧ୍ୱ ଏବଂ ୯୬ ବ୍ଲକରେ ୫୦ ମି.ମି.ରୁ ୧୦୦ ମି.ମି. ମଧ୍ୟରେ ବୃଷ୍ଟିପାତ ରେକର୍ଡ କରାଯାଇଛି। ସମଗ୍ର ରାଜ୍ୟରେ ଏହି ସମୟରେ ୬ ପ୍ରତିଶତ ବର୍ଷା ଅଧିକ ହୋଇଛି। ଏହି ସମୟରେ ସ୍ବାଭାବିକ ଭାବେ ୮୫୫ ମିଲିିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୯୦୬.୫ ମିଲିମିଟର।
ଜୁନ୍‌ ପହିଲାରୁ ଅଗଷ୍ଟ ୨୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକ ଜିଲାରେ ସ୍ବାଭାବିକ ବର୍ଷାଠାରୁ ୧୯ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ୧୬ଟି ଜିଲାରେ ସ୍ବାଭବିକ ବର୍ଷା ହୋଇଛି।
ଉପକୂଳ ଓଡ଼ିଶାରେ ବର୍ଷା ପରେ ଲଘୁଚାପ ଉତ୍ତର ପୂର୍ବ ଦିଗକୁ ଗତି କରି ଆଭ୍ୟନ୍ତରୀଣ ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?