ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ ଅଜଣା ନାବାଳକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳି ନାହିଁ ଏବଂ ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ସନ୍ଦେହ ପ୍ରକାଶ ପାଇଛି।

ଘଟଣା ସମ୍ପର୍କରେ ଖବର ପାଇ ତୁରୁମୁଙ୍ଗା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହକୁ ଉଦ୍ଧାର କରିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ମେଡିକାଲ ମର୍ଗକୁ ପଠାଇଛି।

ପାରିପାର୍ଶ୍ୱିକ ସ୍ଥିତିକୁ ଦୃଷ୍ଟିରେ ରଖି ନାବାଳକଙ୍କ ମୃତ୍ୟୁ ପଛରେ କୌଣସି ଅପରାଧିକ ଘଟଣା ଥାଇପାରେ ବୋଲି ସନ୍ଦେହ କରାଯାଉଥିଲେ ମଧ୍ୟ ଏହା ଏଯାଏଁ ସ୍ପଷ୍ଟ ହୋଇନାହିଁ। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩୬/୨୬) ରୁଜୁ କରାଯାଇଛି। ଥାନାର ଏଏସ୍‌ଆଇ ସୁଜାତା ମହାନ୍ତ ଏହି ଘଟଣାର ତଦନ୍ତ ଚଳାଇଛନ୍ତି। ମୃତକଙ୍କ ପରିଚୟ ଏବଂ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?