ସତର୍କ ସଙ୍କେତ ଉପରେ ବୈତରଣୀ ଜଳସ୍ତର: ଧାମନଗର ଚାନ୍ଦବାଲିରେ ବନ୍ୟା ଆଶଙ୍କା

ଭଦ୍ରକ, ୩୧।୭(ସନାତନ ରାଉତ): ବୈତରଣୀ ବନ୍ୟା ଜଳ ଦୁଇ ଦିନ ତଳେ ହ୍ରାସ ପାଇଥିବାବେଳେ ଗୁରୁବାର ସକାଳୁ ପୁଣି ଜଳସ୍ତର ଧୀରେ ଧୀରେ ବଢ଼ିବାରେ ଲାଗିଛି l ସକାଳୁ ଭଦ୍ରକ ଜିଲା ଆଖୁଆପଦା ଆନିକଟ ନିକଟରେ ବୈତରଣୀ ଜଳ ସ୍ତର ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି l ସତର୍କ ସଙ୍କେତ ୧୭. ୮୩ ମିଟର ଥିବା ବେଳେ ଏବେ ୧୮. ୧୨ ମିଟର ଜଳ ସ୍ତର ରହିଛି l ଜଳ ସ୍ତର ବୃଦ୍ଧି ହେଲେ ଚାନ୍ଦବାଲି ଓ ଧାମନଗର ବ୍ଲକରେ ଦିତୀୟ ବନ୍ୟା ଆଶଙ୍କା ରହିଛି l ବିପଦ ସଙ୍କେତ ୧୮. ୩୩ ମିଟର ଥିବା ବେଳେ ଦିନ ୧୨ ଟା ସୁଦ୍ଧା ବନ୍ୟା ପରିସ୍ଥିତି ଜଣା ପଡିବ l ନଦୀ ଉପର ମୁଣ୍ଡ କେନ୍ଦୁଝର ଜିଲାର ଚମ୍ପୁଆ ଓ ଆନନ୍ଦପୁର ଅଞ୍ଚଳରେ ବୁଧବାର ପ୍ରବଳ ବର୍ଷା ହୋଇଥିବାରୁ ଜଳସ୍ତର ବଢିଛି l
ସେହିପରି ଭଦ୍ରକ ଜିଲାରେ ମଧ୍ୟ ଗୁରୁବାର ୧୫୯ ମିଲିମିଟର ବର୍ଷା ହୋଇଛି l ଦୁଇ ଦିନ ତଳେ ବୈତରଣୀର ପ୍ରଥମ ବନ୍ୟା ହୋଇଥିବା ବେଳେ ପୁଣି ଜଳସ୍ତର ବଢିବା ନଦୀକୁଳିଆ ବାସୀଙ୍କ ମନରେ ଭୟ ସୃଷ୍ଟି କରିଛିl ଅପରପକ୍ଷେ ଜିଲାପାଳ ଦିଲ୍ଲୀପ ରାଉତରାଏ କହିଛନ୍ତି ବନ୍ୟାର ଭୟ ନାହିଁ l ଜିଲା ପ୍ରଶାସନ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri