ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ ୧୨୫’ର ଆନୁଷ୍ଠାନିକ ଅନାବରଣ ଶୁକ୍ରବାର ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର) ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ର ଅଫିସିଆଲ ଶୁଭାରମ୍ଭ ନୂଆଦିଲ୍ଲୀଠାରେ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବଜାଜ ଅଟୋ ଲିମିଟେଡ୍‌ର ଏମ୍‌ଡି ରାଜୀବ ବଜାଜ୍‌ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାକେଶ ଶର୍ମାଙ୍କ ସମେତ କମ୍ପାନୀର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ବଜାଜ୍‌ ଫ୍ରିଡମ ୧୨୫ରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ଅନେକ ଫିଚର ସାମିଲ ରହିଛି। ଏପରିକି ପେଟ୍ରୋଲ ଗାଡ଼ି ତୁଳନାରେ ଗ୍ରାହକ ଫ୍ରିଡମ ୧୨୫ରେ ପ୍ରାୟ ୫୦% ଅର୍ଥର ସଞ୍ଚୟ କରିପାରିବେ। ଏପରିକି ୨କେ.ଜି ସିଏନଜିରେ ଏହି ଗାଡି ପ୍ରାୟ ୨୦୦ କିମିର ଯାତ୍ରା କରିଥାଏ। ଅପରପକ୍ଷରେ ୩ଟି ଭାରିଆଣ୍ଟରେ ଉପଲବ୍ଧ ହେଉଥିବା ଏହି ମଡେଲ ୭ଟି ଆକର୍ଷଣୀୟ ରଙ୍ଗ ଓ ମନଲୋଭା ଡିଜାଇନ ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି କମ୍ପାନୀ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।
ଏ ସମ୍ପର୍କରେ ବଜାଜ୍‌ ଅଟୋ ଲିମିଟେଡ୍‌ର ଏମ୍‌ଡି ରାଜୀବ ବଜାଜ୍‌ କହିଥିଲେ, ଆମେ ଆମ ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ ୧୨୫’କୁ ଆନୁଷ୍ଠାନିକ ଭାବେ ଅନାବରଣ କରାଇ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ବଜାଜ ଅଟୋ ଲିମିଟେଡ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରାକେଶ ଶର୍ମା କହିଥିଲେ, ଆମେ ବଜାର ଚାହିଦା ଓ ଗ୍ରାହକଙ୍କ ମତାମତକୁ ଅଧିକ ଗୁରୁତ୍ୱ ଦେବା ସହିତ ଆମର ମହାରାଷ୍ଟ୍ର ଓ ଗୁଜରାଟ ଉତ୍ପାଦନ ୟୁନିଟ୍‌ରୁ ମାସିକ ୧୦,୦୦୦ ୟୁନିଟ୍‌ ଉତ୍ପାଦନ ସହ ଆଗାମୀ ଦିନରେ ଏହି ସଂଖ୍ୟା ୪୦,୦୦୦ ୟୁନିଟ୍‌ରେ ପହଞ୍ଚାଇବାର ଯୋଜନା ରହିଛି।
ସେହିପରି ଭାରତର ୩୩୫ ସହରରେ ୬୦୦୦ରୁ ଅଧିକ ସିଏନ୍‌ଜି ପଏଣ୍ଟ ରହିଛି। ଏହି ପଏଣ୍ଟଗୁଡିକ ଜରିଆରେ ଗ୍ରାହକ ସେମାନଙ୍କର ଚାହିଦା ଅନୁଯାୟୀ ସିଏନ୍‌ଜି ଭର୍ତ୍ତି କରିବେ। ଏହି ମଡେଲ ‘ଫ୍ରିଡମ ୧୨୫’ର ବଜାର ମୂଲ୍ୟ ୯୫,୦୦୦ରୁ ୧,୧୦,୦୦୦ ଟଙ୍କା ମଧ୍ୟରେ ରହିଛି ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri