ବଜାରକୁ ଆସିଲା ବଜାଜ୍‌ର ଫ୍ରିଡମ ସିଏନ୍‌ଜି ବାଇକ୍‌,: ୨କେ.ଜି.ରେ ୩୩୦ କି.ମି.ର ଯାତ୍ରା, ବଜାର ମୂଲ୍ୟ…

ଭୁବନେଶ୍ୱର,୭।୧୧: ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍ଡ ନ୍ୟାଚୁରାଲ ଗ୍ୟାସ୍‌ (ସିଏନ୍‌ଜି) ବାଇକ୍‌ ‘ଫ୍ରିଡମ’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର)ରେ ବିଶ୍ୱର ପ୍ରଥମ ସିଏନ୍‌ଜି ବାଇକ୍‌ ‘ଫ୍ରିଡମ’ର ଅଫିସିଆଲ ଲଞ୍ଚିଂ (ଶୁଭାରମ୍ଭ) ନିକଟରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଏମ୍‌ଏସ୍‌ବି ବଜାଜ୍‌ ଲୁଇସ୍‌ ରୋଡ୍‌ ରବି ଟକିଜ୍‌ ଭୁବନେଶ୍ୱର ଶୋ’ରୁମ୍‌ଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଗେଲ୍‌ ଇଣ୍ଡିଆର ଇଡି ଏଚ୍‌.କେ. ଗର୍ଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଅନାବରଣ ସହ ବଜାର ପ୍ରବେଶ କରାଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗେଲ୍‌ ଇଣ୍ଡିଆର ଜିଏମ୍‌ କୌଶକ ଦାସଙ୍କ ସମେତ ଏମ୍‌ଏସ୍‌ବି ବଜାଜ୍‌ର ଏମ୍‌ଡି ମନ୍‌ସୁର ବକ୍ସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ବଜାଜ୍‌ ଫ୍ରିଡମ-୧୨୫ରେ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁରକ୍ଷା ବ୍ୟବସ୍ଥା ସାଙ୍ଗକୁ ଅନେକ ଫିଚର ସାମିଲ ରହିଛି। ଏପରିକି ପେଟ୍ରୋଲ ଗାଡ଼ି ତୁଳନାରେ ଗ୍ରାହକ ଫ୍ରିଡମ୧୨୫ରେ ପ୍ରାୟ ୫୦% ଅର୍ଥର ସଞ୍ଚୟ କରିପାରିବେ।

ସେହିଭଳି ୨କେ.ଜି. ସିଏନ୍‌ଜିରେ ଏହି ଗାଡି ପ୍ରାୟ ୩୩୦ କି.ମି.ର ଯାତ୍ରା କରିଥାଏ। ଏପରିକି ଏହି ମଡେଲ ପେଟ୍ରୋଲ ଜରିଆରେ ମଧ୍ୟ ଚାଲିପାରିବ। ୩ଟି ଭାରିଆଣ୍ଟରେ ଉପଲବ୍ଧ ଏହି ମଡେଲ ଆକର୍ଷଣୀୟ ହୋଇଥିଲାବେଳେ ଏହାର ବ୍ୟାପକ କଲର ସମ୍ଭାର ଓ ମନଲୋଭା ଡିଜାଇନ ସବୁ ବର୍ଗର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି କମ୍ପାନୀ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।

ସେହିପରି ଏହି ମଡେଲ ‘ଫ୍ରିଡମ ୧୨୫’ର ଭୁବନେଶ୍ୱର ବଜାର ମୂଲ୍ୟ ୯୧,୦୦୦ ଟଙ୍କାରୁ ୧,୧୧,୦୦୦ଟଙ୍କା ମଧ୍ୟରେ ରହିଛି ବୋଲି ଏମ୍‌ଏସ୍‌ବି ବଜାଜ୍‌ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ…

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri