ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ ଅଛି। ଏପରି ସ୍ଥଳେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତିହିଡ଼ି ବ୍ଲକର ୩ଜଣଙ୍କ ସମେତ ମୋଟ ୯ଜଣ ପ୍ରାର୍ଥୀ ହେବାକୁ ଆଶାୟୀ ଥିବା ଜଣାଯାଇଛି। ନିର୍ବାଚନମଣ୍ଡଳୀରେ କଂଗ୍ରେସ ଭୋଟରଙ୍କ ସଂଖ୍ୟା ନଗଣ୍ୟ ଥିବାବେଳେ ପ୍ରାର୍ଥୀ ହେବାକୁ ଏତେ ସଂଖ୍ୟାରେ ଆଶାୟୀ ରହିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିବା ସ୍ବାଭାବିକ।
ବ୍ଲକର ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଗୁଡୁପାଳ ଗ୍ରାମର ପୀତାମ୍ବର ସେଠୀ, ବାରୋ ପଞ୍ଚାୟତ ଶାଶନଖାସ ଗ୍ରାମର ପ୍ରଦୀପ କୁମାର ଦାସ ଓ ବାମନବିନ୍ଧା ପଞ୍ଚାୟତର ଭାସ୍କର ସେଠୀଙ୍କ ସମେତ ମଧୁମିତା ସେଠୀ, ହୃଦାନନ୍ଦ ସେଠୀ, ପଞ୍ଚାନନ ମଣ୍ଡଳ, କୁମାର ଚିରଞ୍ଜୀବୀ, ରଞ୍ଜନ ବେହେରା ଓ ଜାନକୀ ଦାସ ପ୍ରାର୍ଥୀ ହେବାକୁ ଆଶାୟୀ ଥିବା ଜଣାପଡ଼ିଛି। ପୀତାମ୍ବର ୧୯୭୩ରେ ବ୍ଲକ କଂଗ୍ରେସ କମିଟିର ସଦସ୍ୟ ଭାବେ ଯୋଗ ଦେଇଥିଲେ। ୧୯୯୦ ସାଧାରଣ ନିର୍ବାଚନରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଏବଂ ୨୦୧୯ରେ ଭଦ୍ରକ ଲୋକ ସଭା ଆସନରେ ଏମ୍‌ପି ପ୍ରାର୍ଥୀ ହୋଇ ସ୍ବାଧୀନ ଭାବେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନମଣ୍ଡଳୀର ଲୋକଙ୍କ ସମସ୍ୟା ସମାଧାନ ଦିଗରେ ସେ ନିଜକୁ ନିୟୋଜିତ କରିଥିବାରୁ ଟିକେଟ ପାଇଲେ ସେ କଡ଼ା ଟକ୍କର ଦେଇପାରିବେ ବୋଲି ଆଶାବାଦୀ ଅଛନ୍ତି। ସେହିପରି ଶିକ୍ଷକତାରୁ ଅବସର ନେଇଥିବା ପ୍ରଦୀପ କଂଗ୍ରେସ ପରିବାରର। ପ୍ରାର୍ଥୀ ହେଲେ ଆଶାନୁରୂପ ସଫଳତା ପାଇପାରିବେ ବୋଲି ପ୍ରଦୀପ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଅନ୍ୟ ପ୍ରାର୍ଥୀମାନେ ମଧ୍ୟ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିବାରୁ ଟିକେଟ ପାଇବାକୁ ଆଶା ବାନ୍ଧି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri