ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ ଅଛି। ଏପରି ସ୍ଥଳେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତିହିଡ଼ି ବ୍ଲକର ୩ଜଣଙ୍କ ସମେତ ମୋଟ ୯ଜଣ ପ୍ରାର୍ଥୀ ହେବାକୁ ଆଶାୟୀ ଥିବା ଜଣାଯାଇଛି। ନିର୍ବାଚନମଣ୍ଡଳୀରେ କଂଗ୍ରେସ ଭୋଟରଙ୍କ ସଂଖ୍ୟା ନଗଣ୍ୟ ଥିବାବେଳେ ପ୍ରାର୍ଥୀ ହେବାକୁ ଏତେ ସଂଖ୍ୟାରେ ଆଶାୟୀ ରହିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିବା ସ୍ବାଭାବିକ।
ବ୍ଲକର ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଗୁଡୁପାଳ ଗ୍ରାମର ପୀତାମ୍ବର ସେଠୀ, ବାରୋ ପଞ୍ଚାୟତ ଶାଶନଖାସ ଗ୍ରାମର ପ୍ରଦୀପ କୁମାର ଦାସ ଓ ବାମନବିନ୍ଧା ପଞ୍ଚାୟତର ଭାସ୍କର ସେଠୀଙ୍କ ସମେତ ମଧୁମିତା ସେଠୀ, ହୃଦାନନ୍ଦ ସେଠୀ, ପଞ୍ଚାନନ ମଣ୍ଡଳ, କୁମାର ଚିରଞ୍ଜୀବୀ, ରଞ୍ଜନ ବେହେରା ଓ ଜାନକୀ ଦାସ ପ୍ରାର୍ଥୀ ହେବାକୁ ଆଶାୟୀ ଥିବା ଜଣାପଡ଼ିଛି। ପୀତାମ୍ବର ୧୯୭୩ରେ ବ୍ଲକ କଂଗ୍ରେସ କମିଟିର ସଦସ୍ୟ ଭାବେ ଯୋଗ ଦେଇଥିଲେ। ୧୯୯୦ ସାଧାରଣ ନିର୍ବାଚନରେ ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଏବଂ ୨୦୧୯ରେ ଭଦ୍ରକ ଲୋକ ସଭା ଆସନରେ ଏମ୍‌ପି ପ୍ରାର୍ଥୀ ହୋଇ ସ୍ବାଧୀନ ଭାବେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନମଣ୍ଡଳୀର ଲୋକଙ୍କ ସମସ୍ୟା ସମାଧାନ ଦିଗରେ ସେ ନିଜକୁ ନିୟୋଜିତ କରିଥିବାରୁ ଟିକେଟ ପାଇଲେ ସେ କଡ଼ା ଟକ୍କର ଦେଇପାରିବେ ବୋଲି ଆଶାବାଦୀ ଅଛନ୍ତି। ସେହିପରି ଶିକ୍ଷକତାରୁ ଅବସର ନେଇଥିବା ପ୍ରଦୀପ କଂଗ୍ରେସ ପରିବାରର। ପ୍ରାର୍ଥୀ ହେଲେ ଆଶାନୁରୂପ ସଫଳତା ପାଇପାରିବେ ବୋଲି ପ୍ରଦୀପ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଅନ୍ୟ ପ୍ରାର୍ଥୀମାନେ ମଧ୍ୟ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିବାରୁ ଟିକେଟ ପାଇବାକୁ ଆଶା ବାନ୍ଧି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri