Posted inଜାତୀୟ

ଭାଜପାର ତୃତୀୟ ବିଜୟ: ସାଇନି ରହିବେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଚଣ୍ଡୀଗଡ଼,୯/୧୦:ହରିୟାଣା ବିଧାନସଭା ନିର୍ବାଚନରେ ଭାଜପା ବିଜୟୀ ହେବା ସହ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ପୁନର୍ବାର ଏହି ପଦରେ ରହିବେ ବୋଲି ଭାଜପା ନେତାମାନେ କହିଛନ୍ତି। ନିର୍ବାଚନର ମାତ୍ର କେଇମାସ ପୂର୍ବରୁ ଭାଜପା ବରିଷ୍ଠ ନେତା ମନୋହରଲାଲ୍‌ ଖଟ୍ଟାରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ଓବିସି ନେତା ସାଇନିଙ୍କୁ ମୁଖ୍ୟମନ୍ତ୍ରୀ କରିଥିଲା। ଦଳର ଏଭଳି ନିଷ୍ପତ୍ତି ଅନେକଙ୍କୁ ବିସ୍ମିତ କରିଥିଲା। ଲୋକ ସଭା ନିର୍ବାଚନରେ ଭାଜପାର ପ୍ରଦର୍ଶନ ଭଲ ହୋଇ ନ ଥିବାବେଳେ ସାଇନିଙ୍କ ନେତୃତ୍ୱରେ ଦଳ ବିଧାନସଭା ନିର୍ବାଚନରେ ଐତିହାସିକ ସଫଳତା ହାସଲ କରିବା ସହ ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ପ୍ରମାଣିତ କରିଛି।
ମନୋହରଲାଲ୍‌ ଖଟ୍ଟାର ସରକାରଙ୍କ ୯ ବର୍ଷ ୬ ମାସର ଶାସନ କାଳରେ ଚାଷୀ ସମସ୍ୟା, ବେରୋଜଗାରି, ଅଗ୍ନିପଥ ଯୋଜନା, ଦରଦାମ୍‌ ବୃଦ୍ଧି ଏବଂ ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ରାଜ୍ୟରେ ସରକାର ବିରୋଧୀ ହାଓ୍ବା ସୃଷ୍ଟି ହୋଇଥିବାବେଳେ ଗତ ମାର୍ଚ୍ଚରେ ଭାଜପା ନେତୃତ୍ୱ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇଦେଇ ଦଳର ରାଜ୍ୟ ସଭାପତି ସାଇନିଙ୍କୁ ଉକ୍ତ ପଦରେ ଅବସ୍ଥାପିତ କରିଥିଲା। ଏହା ପରେ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ଏବଂ ଆଗକୁ ବିଧାନସଭା ନିର୍ବାଚନ ମଧ୍ୟରେ ସାଇନି ଜନସାଧାରଣଙ୍କ ଧାରଣା ବଦଳାଇବା ପାଇଁ ମାତ୍ର ୨ ମାସ ସମୟ ପାଇଥିଲେ। ଏହି ସମୟ ମଧ୍ୟରେ ସେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ସେଥିରୁ ପ୍ରମୁଖ ନିଷ୍ପତ୍ତି ଥିଲା ହରିୟାଣା ଅଗ୍ନିବୀର ନୀତି, ଯାହା ଅଗ୍ନିବୀରମାନଙ୍କୁ ସେନାରେ ଚାକିରି କାଳ ଶେଷ ହେବା ପରେ ନିଯୁକ୍ତି ଏବଂ ଉଦ୍ୟୋଗ ସ୍ଥାପନ ଲାଗି ସୁଯୋଗର ପ୍ରତିଶ୍ରୁତି ଦେଇଥିଲା। ଅଧିକ ୧୦ଟି ଫସଲକୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)ରେ କିଣିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ହରିୟାଣା ଏକମାତ୍ର ରାଜ୍ୟ, ଯେଉଁଠି ସର୍ବାଧିକ ୨୪ଟି ଫସଲକୁ ଏମ୍‌ଏସ୍‌ପିରେ କିଣାଯାଉଛି। ଏହା ବ୍ୟତୀତ ଭାଜପା ୫୦୦ ଟଙ୍କାରେ ରନ୍ଧନ ଗ୍ୟାସ୍‌ ପ୍ରତିଶ୍ରୁତି ଦେଇଥିଲା। ନିର୍ବାଚନ ଇସ୍ତାହାରରେ ଭାଜପା ମହିଳାଙ୍କୁ ମାସିକ ୨,୧୦୦ ଟଙ୍କା ସହାୟତା, ୨ ଲକ୍ଷ ଯୁବତୀଯୁବକଙ୍କୁ ସରକାରୀ ନିଯୁକ୍ତି ଏବଂ ଅଗ୍ନିବୀରମାନଙ୍କୁ ନିଶ୍ଚିତ ସରକାରୀ ଚାକିରିର ପ୍ରତିଶ୍ରୁତି ଦିଆଯାଇଥିଲା। ସରକାରଙ୍କ ଉପରୋକ୍ତ ନିଷ୍ପତ୍ତି ଓ ପ୍ରତିଶ୍ରୁତି ଲୋକଙ୍କ ମନୋଭାବ ବଦଳାଇବାରେ ସହାୟକ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri