ଶିକ୍ଷକ କଲ୍ୟାଣ ପାଇଁ ବଜ୍ର ଯୋଜନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସାରେ ସ୍ଥାନୀୟ ସାମନ୍ତ ବିହାରଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ତାଲିମ ପାଇଁ ଅଡିଟୋରିୟମ, ୧୦୦ ଞ୍‌ଶିକ୍ଷକ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ। ଶିକ୍ଷକମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ‘ବଜ୍ର’ ଯୋଜନାର ଶୁଭାରମ୍ଭ ମଧ୍ୟ କରିଛନ୍ତି। ଏହି ଯୋଜନାରେ ଶିକ୍ଷକମାନେ ସେମାନଙ୍କ ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।
ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ପାଞ୍ଚ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ବିଭାଗୀୟ ସଚିବ ଅଶ୍ୱଥି ଏସ୍‌., ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri