ଚିତ୍ରକୋଣ୍ଡା ବନଞ୍ଚାଳ ଦାରା ବଜ୍ରକାପ୍ତା ଉଦ୍ଧାର

ଚିତ୍ରକୋଣ୍ଡା,୨୫।୭(କ୍ଷିରୋଦ କୁମାର ବେହେରା) ମାଲକାନଗିରି ଜିଲା ବନଖଣ୍ଡ ଅଧିନସ୍ଥ ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ବଜ୍ରକାପ୍ତା ଉଦ୍ଧାର କରାଯାଇଛି l ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ ଏବଂ ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ ସେଠିଙ୍କ ଠାରୁ ମିଳିଥିବା ସୂଚନା ଅନୁଯାଇ ସୋମବାର ବିଳମ୍ବିତ ରାତି ୧୧ଟା ସମୟରେ ଚିତ୍ରକୋଣ୍ଡା ପଞ୍ଚାୟତ ଗୋଜିଆଗୁଡା ଗ୍ରାମ ସ୍ଥିତ ଶିବମନ୍ଦିର ପାର୍ଶ୍ୱରେ ଏକ ବଜ୍ରକାପ୍ତା ବୁଲୁଥିବାର ଲୋକେ ଦେଖି ଚିତ୍ରକୋଣ୍ଡା ବନାଞ୍ଚଳ କର୍ମଚାରୀଙ୍କୁ ଜଣାଇ ଥିଲେ। ଚିତ୍ରକୋଣ୍ଡା ବନାଞ୍ଚଳ ସ୍ବତନ୍ତ୍ର ଟିମ୍‌ ତତ୍‌କ୍ଷଣାତ୍‌ ସେଠାରେ ପହଞ୍ଚି ବଜ୍ରକାପ୍ତାକୁ ଧରଥିଲେ। ପରେ ତାକୁ ଚିତ୍ରକୋଣ୍ଡା ବନାଞ୍ଚଳ କାର୍ଯ୍ୟାଳୟ ସ୍ବତନ୍ତ୍ର ଜାଲି କୋଠରୀରେ ରଖି ତାର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥିଲାଗି ପଶୁ ଚିକିତ୍ସକଙ୍କୁ ଡକାଇ ପରୀକ୍ଷା ନିରୀକ୍ଷା କରି ତାର ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଜାଣିବାକୁ ପାଇଥିଲେ। ବଜ୍ରକାପ୍ତାଟି ଆନୁମାନିକ ଦୁଇ ବର୍ଷ ଏବଂ ଆଠ କେଜି। ଲଗାଣ ବର୍ଷାରେ ଗାତ ମାନଙ୍କରେ ପାଣି ପଶିଯାଉଥିବା କାରଣରୁ ବଜ୍ରକାପ୍ତା ଛୁଆଟି ବାହାରେ ବୁଲୁଥିଲା l ଧରିବା ପରେ ତାକୁ ଦୂର ଜଙ୍ଗଲ ଭିତରେ ସୁରକ୍ଷାର ସହ ଛାଡ଼ି ଦିଆଯିବ ବୋଲି ବନାଞ୍ଚଳ ଅଧିକାରୀ ବଳରାମ ନାୟକ ପ୍ରକାଶ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri