ମହୁମୁହାଣ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ

ସଜନାଗଡ଼, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମହୁମୁହାଣ ଗ୍ରାମରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସୁଦର୍ଶନ ନାୟକ (୫୫)ଙ୍କୁ ଗିରଫ କରାଯାଇଛି। ଏହି ବଜ୍ରକାପ୍ତାର ଓଜନ ୧୨କି.ଗ୍ରା. ହେବ। ଏନେଇ ଏକ ମାମଲା (ନଂ. ୩୩/୨୦) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।
ଏସିଏଫ୍‌ ତପନ କୁମାର ପରିଡ଼ା ଓ ଏସିଏଫ୍‌ ସମୀର କୁମାର ସାହୁଙ୍କ ନେତୃତ୍ୱରେ ସୋର ରେଞ୍ଜର ବବିତା ସରେନ୍‌, ଫରେଷ୍ଟର ଗଣେଶ ପ୍ରସାଦ ଲେଙ୍କା, କିଶୋର ଚନ୍ଦ୍ର ଭୂୟଁା, ଗାର୍ଡ ପଦ୍ମଲୋଚନ ପାତ୍ର, କୁଳଡିହା ରେଞ୍ଜର ହାତୀଖୁଲିଆ ବିଟ୍‌ର ବିଜୟ କୁମାର ସାହୁ, ନୀଳଗିରି ରେଞ୍ଜର ମନ୍‌ୱାର୍‌ ଖଁାଙ୍କ ସମେତ ସବୁଜ ବାହିନୀ ସୁଦର୍ଶନଙ୍କ ଘରେ ଚଢ଼ାଉ କରିଥିଲେ। ସେ ୨୦ତାରିଖରେ ବିଲକୁ ଯାଇଥିବା ବେଳେ ବଜ୍ରକାପ୍ତା ପାଇ ପାଳିବା ଉଦ୍ଦେଶ୍ୟରେ ଘରେ ଆଣି ରଖିଥିଲେ ବୋଲି ସୂଚନା ଦେଇଛନ୍ତି। ଜବତ ବଜ୍ରକାପ୍ତାର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ ୧୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri