Posted inଜାତୀୟ

ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତାଙ୍କୁ ଛୁରି ଭୁସି ହତ୍ୟା

ବେଙ୍ଗାଲୁରୁ,୨୧।୨: କର୍ନାଟକର ଶିବମୋଗାରେ ବଜରଙ୍ଗ ଦଳର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଛୁରିରେ ହତ୍ୟା କରାଯାଇଥିଲା। ମୃତ ଯୁବକ ଜଣଙ୍କ ୨୬ ବର୍ଷୀୟ ହର୍ଷ ବୋଲି ଜଣା ପଡିଛି। ଏହାକୁ ହିଜାବ ବିବାଦ ସହ ଯୋଡି ପୋଲିସ ଅନୁସନ୍ଧାନ କରୁଛି। ତେବେ ପୋଲିସ ସିଧାସଳଖ କିଛି କହିବାକୁ ମନା କରିଦେଇଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ପୋଲିସ ଅଧିକାରୀଙ୍କ କହିବାନୁସାରେ, ରବିବାର ରାତି ପ୍ରାୟ ୯ଟା ବେଳେ ଏହି ଘଟଣା ଘଟିଥିଲା। ପୋଲିସ କହିଛି ଯେ ହର୍ଷ ତାଙ୍କ ଫେସବୁକ ପ୍ରୋଫାଇଲରେ ହିଜାବ ବିରୋଧରେ ଏକ ପୋଷ୍ଟ ଲେଖିଥିଲେ।
ବଜରଙ୍ଗ ଦଳ କର୍ମୀଙ୍କ ହତ୍ୟା ପରେ ଶିବମୋଗାରେ ଉତ୍ତେଜନା ବୃଦ୍ଧି ପାଇଛି। ହତ୍ୟା ପରେ ବହୁ କାର୍ଯ୍ୟକର୍ତ୍ତା ଡାକ୍ତରଖାନାରେ ପହଞ୍ଚି ଏହି ଘଟଣାର ବିରୋଧ ଆରମ୍ଭ କରିଥିଲେ। ବଢୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ସମଗ୍ର ଶିବମୋଗାରେ ଧାରା ୧୪୪ ଲାଗୁ କରାଯାଇଛି। ବିଦ୍ୟାଳୟ ଓ କଲେଜଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ସମୟରେ କର୍ନାଟକର ଗୃହମନ୍ତ୍ରୀ ଅରାଗା ଜୟନେନ୍ଦ୍ର ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ବଜରଙ୍ଗ ଦଳ କର୍ମୀଙ୍କ ହତ୍ୟା ପଛରେ ଚାରିରୁ ପାଞ୍ଚ ଜଣ ଯୁବକଙ୍କର ହାତ ଥିବା ପ୍ରଥମିକ ତଦନ୍ତରୁ ଜଣାପଡିଛି। ଅଭିଯୁକ୍ତମାନେ କୌଣସି ସଂସ୍ଥାରୁ ଆସିଛନ୍ତି ନା ନାହିଁ, ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?