Posted inଜାତୀୟ

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ବିରୋଧରେ ବଜରଙ୍ଗ ଦଳର ପ୍ରଦର୍ଶନ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଅର୍ଥାତ୍‌ ୧୦ ମେ’ରେ ଭୋଟ ଗ୍ରହଣ ହେବାକୁ ଯାଉଛି। ଏହାର ଠିକ ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ସାରା ଦେଶରେ ହନୁମାନ ଚାଳିଶା ପାଠ କରିବାକୁ ଘୋଷଣା କରିଛି। ସୂଚନାଯୋଗ୍ୟ, କର୍ନାଟକ ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ବଜରଙ୍ଗ ଦଳକୁ ବ୍ୟାନ କରିବାକୁ ଘୋଷଣା କରାଯାଇଛି। ଏହା ଉପରେ ଭାରତୀୟ ଜନତା ପାର୍ଟି(ଭାଜପା) ଏହି ପ୍ରସଙ୍ଗକୁ ‘ବଜରଙ୍ଗ ବଲି’ ସହ ଯୋଡି ଦେଇଛି। ଏହାକୁ ନେଇ ନିର୍ବାଚନ ପ୍ରଚାରର ଶେଷ ୪ ଦିନ ବହୁତ ରାଜନୀତି ହୋଇଛି।
ସୂଚନାଯୋଗ୍ୟ, କଂଗ୍ରେସ ତା’ର ଘୋଷଣା ପତ୍ରରେ କହିଛି, ରାଜ୍ୟରେ କଂଗ୍ରେସ ସରକାର ଗଠନ କଲେ ଏହାପରେ ପରେ ବଜରଙ୍ଗ ଦଳ, ପିଏଫଆଇ ସମେତ ଜାତି ଓ ଧର୍ମ ଆଧାରରେ ସଂମ୍ପ୍ରଦାୟଙ୍କ ମଧ୍ୟରେ ଅସନ୍ତୁଷ୍ଟ ଜାଗ୍ରତ କରୁଥିବା ସମସ୍ତ ସଙ୍ଗଠନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବ୍ୟାନ କରିବ।
କଂଗ୍ରେସର ଏହି ଘୋଷଣା ପତ୍ରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ସେ ବଜରଙ୍କ ଦଳକୁ ବଜରଙ୍ଗ ବଲି ସହ ଯୋଡି ଦେଇଛନ୍ତି। ମୋଦି ତାଙ୍କ ରାଲିରେ କହିଥିଲେ, କଂଗ୍ରେସ ଦଳ ତା’ର ମନିଫେଷ୍ଟୋରେ ବଜରଙ୍ଗ ବଲିକୁ ତାଲାରେ ବନ୍ଦ କରିବାକୁ ନିର୍ଣ୍ଣୟ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri