‘ପଠାନ’ ପୋଷ୍ଟର ଫାଡିଲେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା

ଅହମ୍ମଦାବାଦ୍‌,୫।୧: ଗୁଜରାଟର ଅହମ୍ମଦାବାଦରେ ଶାହରୁଖ ଖାନଙ୍କ ଫିଲ୍ମ ‘ପଠାନ’ର ପ୍ରମୋଶନ ସମୟରେ ଉତ୍ତେଜନା ଦେଖାଦେଇଛି। ବଜରଙ୍ଗ ଦଳର କିଛି କାର୍ଯ୍ୟକର୍ତ୍ତା ଏକ ମଲ ଭିତରକୁ ଯାଇ ସେଠାରେ ଥିଏଟରକୁ ଭଙ୍ଗାରୁଜା କରିଥିଲେ। ଏହି ସମୟରେ କାର୍ଯ୍ୟକର୍ତ୍ତା ପଠାନ ଫିଲ୍ମର ପୋଷ୍ଟର ମଧ୍ୟ ଫାଡି ଦେଇଥିଲେ। ଫିଲ୍ମ ରିଲିଜ ନ କରିବାକୁ ସେମାନେ ଧମକ ମଧ୍ୟ ଦେଇଛନ୍ତି।
ସୂଚନା ଅନୁଯାୟୀ, ଅହମ୍ମଦାବାଦର ଆଲଫାଓ୍ବାନ ମଲରେ ଅବସ୍ଥିତ ମଲ୍ଟିପ୍ଲେକ୍ସରେ ଫିଲ୍ମ ‘ପଠାନ’ର ପୋଷ୍ଟର ଲଗାଯାଇଥିଲା। ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ସେଠାରେ ପହଞ୍ଚି ପୋଷ୍ଟର ଫଶଡିବା ସହ ଭଙ୍ଗାରୁଜା କରିଥିଲେ। ପୋଲିସ ଅଧିକାରୀ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବିଶ୍ୱ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳର ପାଞ୍ଚଜଣ କାର୍ଯ୍ୟକର୍ତ୍ତାଙ୍କୁ ଅଟକ ରଖିଥିଲେ। ପରେ ତାଙ୍କୁ ମୁକ୍ତ କରାଯାଇଥିଲା।
ଭିଏଚପି ମୁଖପାତ୍ର ହିତେନ୍ଦ୍ର ସିଂ ରାଜପୁତ କହିଛନ୍ତି, ଗୁଜରାଟରେ ‘ପଠାନ’ର ସ୍କ୍ରିନିଂକୁ ଆମେ ଅନୁମତି ଦେବୁ ନାହିଁ। ଅହମ୍ମଦାବାଦରେ ଫିଲ୍ମ ରିଲିଜକୁ ଜୋରଦାର ବିରୋଧ କରାଯିବ।
୨୦୨୩ର ବହୁପ୍ରତିକ୍ଷୀତ ଫିଲ୍ମ ପଠାନର ପ୍ରଥମ ଗୀତ ବେଶରମ ରଙ୍ଗ ନିକଟରେ ରିଲିଜ ହୋଇଛି। ଏହା ରିଲିଜ ହେବା ଦିନ ଠାରୁ ପଠାନ ଓ ଗୀତ ବିରୋଧରେ ବୟକଟ ପାର୍ଟି ମାତିଛନ୍ତି। ଉକ୍ତ ଗୀତରେ ଦୀପିକା ବିଭିନ୍ନ ରଙ୍ଗର ପୋଷାକ ପିନ୍ଧି ରୋମାନ୍ସ କରୁଛନ୍ତି। ଏହା ପଦରେ କମଳା ବା ଗେରୁଆ ରଙ୍ଗର ପୋଷାକ ମଧ୍ୟ ରହିଛି। ଗେରୁଆ ରଙ୍ଗର ବ୍ୟବହାର ହୋଇଥିବାରୁ ଏହାକୁ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri