‘ବ୍ରଜଭୂଷଣ ବିଦେଶ ଲୁଚି ପଳାଇବାର ରହିଛି ସମ୍ଭାବନା’

ନୂଆଦିଲ୍ଲୀ,୧୯।୧: ସର୍ବଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ୩୦ କୁସ୍ତିଯୋଦ୍ଧା ଜନ୍ତରମନ୍ତରଠାରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ବୁଧବାର ରାତି ସାରା ଅନେକ କୁସ୍ତିଯୋଦ୍ଧା ଦିଲ୍ଲୀର ଯନ୍ତରମନ୍ତରରେ ବସି ବ୍ରଜଭୂଷଣ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହି ପ୍ରଦର୍ଶନ ଆଜି ମଧ୍ୟ ଜାରି ରହିଛି। ଟୋକିଓ ଅଲିମ୍ପିକ୍ସର ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ବଜରଙ୍ଗ ପୁନିଆ କହିଛନ୍ତି, ବ୍ରଜଭୂଷଣ ସିଂ ବିଦେଶ ଲୁଚି ପଳାଇ ଯିବାର ସମ୍ଭାବନା ରହିଛି। ତେଣୁ ତାଙ୍କ ଉପରେ ନଜର ରଖାଯିବା ଆବଶ୍ୟକ।
ବିଶ୍ୱ ପଦକ ବିଜେତା ବିନେଶ ଫୋଗତଙ୍କ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ବ୍ରଜଭୂଷଣ ଦୀର୍ଘ ବର୍ଷ ଧରି ମହିଳା ରେସଲରମାନଙ୍କ ପ୍ରତି ଯୌନ ଶୋଷଣ କରୁଛନ୍ତି। ଏପରି କି ଲକ୍ଷ୍ନୌରେ ରହିଥିବା କ୍ୟାମ୍ପରେ ଅନ୍ୟ କୋଚ୍‌ମାନେ ମଧ୍ୟ ମହିଳାଙ୍କୁ ଶୋଷଣ କରିଛନ୍ତି। ତାଙ୍କ ସହିତ ଏଭଳି ଘୃଣ୍ୟ ଘଟଣା ଘଟି ନ ଥିଲେ ମଧ୍ୟ ଡବ୍ଲ୍ୟୁଏଫ୍‌ଆଇ ସଭାପତିଙ୍କ ପକ୍ଷରୁ ତାଙ୍କୁ ହତ୍ୟା ଧମକ ପ୍ରଦାନ କରାଯାଇଥିବା ସେ କହିଛନ୍ତି। ଏହା ସହିତ ଏହି ମାମଲାରେ ସେ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri