Posted inଖେଳ

ଡବ୍ଲ୍ୟୁଏଫ୍‌ଆଇ ଦ୍ୱାରା ଆୟୋଜିତ ଟ୍ରାଏଲ୍ସରେ ଭାଗ ନେବି ନାହିଁ: ବଜରଙ୍ଗ

ନୂଆଦିଲ୍ଲୀ,୨୯ା୨: ନ୍ୟାଶନାଲ ସିଲେକ୍ସନ ଟ୍ରାଏଲ୍ସରେ ଭାଗ ନେବେ ନାହିଁ ଅଗ୍ରଣୀ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ। ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ପକ୍ଷରୁ ତାଙ୍କୁ କରାଯାଇଥିବା ଆମନ୍ତ୍ରଣକୁ ସେ ପ୍ରତ୍ୟାଖ୍ୟାନ କରିଛିନ୍ତି। ଅନ୍ୟପକ୍ଷରେ ମାର୍ଚ୍ଚ ୧୦-୧୧ରେ ଡବ୍ଲ୍ୟୁଏଫ୍‌ଆଇ ତରଫରୁ ଆୟୋଜିତ ସିଲେକ୍ସନ ଟ୍ରାଏଲ୍ସ ଉପରେ ରହିତାଦେଶ ପାଇଁ ସେ ଦିଲ୍ଲୀ ହାଇକୋର୍ଟରେ ଏକ ମିଳିତ ପିଟିଶନ ଦାଖଲ କରିଛନ୍ତି।

ଖବର ଅନୁସାରେ ବଜରଙ୍ଗ, ଭିନେଶ ଫୋଗଟ, ସାକ୍ଷୀ ମଲିକ ଏବଂ ତାଙ୍କ ସ୍ବାମୀ ସାଟିଓ୍ବାର୍ଟ କାଡିୟାନ ବୁଧବାର କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାମଲାର ଶୁଣାଣି ଶୁକ୍ରବାର ହେବ। ତେବେ ବଜରଙ୍ଗ ପିଟିଶନ ଦାଖଲ କରିଥିବା ବିଷୟ ସ୍ପଷ୍ଟ କରିନାହାନ୍ତି। ଭାରତର କୁସ୍ତି ବ୍ୟାପାରରେ ସରକାର କାହିଁକି ନୀରବତା ଅବଲମ୍ବନ କରୁଛନ୍ତି ସେ ନେଇ ପ୍ରଶ୍ନ ଉଠାଇଛନ୍ତି।

ଦିଲ୍ଲୀର ଆଇଜି ଷ୍ଟାଡିୟମରେ ଟ୍ରାଏଲ୍ସ ଭିତ୍ତିରେ ମନୋନୀତ କୁସ୍ତିଯୋଦ୍ଧାମାନେ ଆସନ୍ତା ମାସରେ କିରଗିଜସ୍ତାନରେ ଅନୁଷ୍ଠିତ ହେଉଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ ଅଲିମ୍ପିକ କ୍ୱାଲିଫାୟର ଲାଗି ଭାରତୀୟ ଦଳ ମନୋନୟନ ହେବ। ବଜରଙ୍ଗ ଦୁଇମାସ ହେଲା ରୁଷିଆରେ ଟ୍ରେନିଂ ନେଇ ଆସୁଛନ୍ତି। ସଞ୍ଜୟ ସିଂଙ୍କ ନେତୃତ୍ୱାଧୀନ ଡବ୍ଲ୍ୟୁଏଫ୍‌ଆଇ ଦ୍ୱାରା ଆୟୋଜିତ ଟ୍ରାଏଲ୍ସରେ ଅଂଶଗ୍ରହଣ କରିବେ ନାହିଁ ବୋଲି ସେ କହିଛନ୍ତି। ବଜରଙ୍ଗ କହିଛନ୍ତି, ଟ୍ରାଏଲ୍ସରେ ଯଦି ତାଙ୍କର ଅଂଶଗ୍ରହଣ କରିବାର ନ ଥିଲା ତେବେ ସେ ଟ୍ରେନିଂରେ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ କରି ନ ଥାନ୍ତେ। ହେଲେ ସସ୍‌ପେଣ୍ଡ ହୋଇଥିବା ଡବ୍ଲ୍ୟୁଏଫ୍‌ଆଇ ଦ୍ୱାରା ଆୟୋଜିତ ଟ୍ରାଏଲ୍ସରେ ସେ ଭାଗ ନେବେ ନାହିଁ।

ସରକାର କିପରି ଅବା ଡବ୍ଲ୍ୟୁଏଫ୍‌ଆଇକୁ ଅନୁମତି ପ୍ରଦାନ କଲେ ସେ ନେଇ ତାଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯଦି ସରକାରଙ୍କ ପକ୍ଷରୁ ଗଠିତ ଆଡହକ ପ୍ୟାନେଲ ଦ୍ୱାରା ଟ୍ରାଏଲ୍ସ ଆୟୋଜନ କରାଯାଏ ତେବେ ସେଥିରେ ଆମେ ଅଂଶଗ୍ରହଣ କରିବାରେ କୌଣସି ଅସୁବିଧା ନାହିଁ। ଅତୀତ କଥା ଭୁଲିଯାଇ ଟ୍ରାଏଲ୍ସରେ ଭାଗ ନେବା ଲାଗି ଡବ୍ଲ୍ୟୁଏଫ୍‌ଆଇ ସଭାପତି ସଞ୍ଜୟ ସିଂ ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାମାନଙ୍କୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ, ଯୌନନିର୍ଯାତନା ଅଭିଯୋଗରେ ତତ୍‌କାଳୀନ ଡବ୍ଲ୍ୟୁଏଫ୍‌ଆଇ ସଭାପତି ବ୍ରିଜଭୂଷଣ ଶରଣଙ୍କ ଗିରଫ ଦାବିରେ ବଜରଙ୍ଗ, ଭିନେଶ ଓ ସାକ୍ଷୀଙ୍କ ନେତୃତ୍ୱରେ ଯନ୍ତରମନ୍ତରଠାରେ ଦୀର୍ଘ ଦିନ ଧରି ବିକ୍ଷୋଭ ପ୍ରଦର୍ଶନ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ...

ମୁମ୍ବାଇରେ ରୋହିତ-ପାଣ୍ଡ୍ୟାଙ୍କ ଅଧିନାୟକ ବିବାଦକୁ ନେଇ ବଡ଼ ପୋଲ୍‌ ଖୋଲିଦେଲେ ବୁମ୍‌ରା, ଭୁଲ୍‌ରେ କହିଦେଲେ…

ନୂଆଦିଲ୍ଲୀ,୨୬।୭: ଆଇପିଏଲ ୨୦୨୪ ସମୟରେ ମୁମ୍ବାଇ ଇଣ୍ଡିଆନ୍ସରେ ବହୁତ କିଛି ଦେଖିବାକୁ ମିଳିଥିଲା। ମୁମ୍ବାଇ ପାଞ୍ଚ ଥର ଟାଇଟଲ ଜିତିଥିବା ଅଧିନାୟକ ରୋହିତ ଶର୍ମାଙ୍କୁ ହାର୍ଦ୍ଦିକ...

ଆମେ ବହୁତ ଭଲ ଲୋକ, ଦୟାକରି ପାକିସ୍ତାନ ଆସନ୍ତୁ: ଭାରତକୁ ଏମିତି ଅନୁରୋଧ କଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୨୬।୭: ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ କରୁଛି। କିନ୍ତୁ ଟିମ ଇଣ୍ଡିଆ କୌଣସି ମୂଲ୍ୟରେ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ନୁହେଁ।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri