Posted inଖେଳ

ବଜରଙ୍ଗ ପୁନିଆ, ଭାଲାରିଭାନ୍‌ ପୁରସ୍କୃତ

ନୂଆଦିଲ୍ଲୀ, ୧୦ା୧୨ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ରେସ୍‌ଲର ବଜରଙ୍ଗ ପୁନିଆ ଓ ଶୁଟର ଇଲାଭେନିଲ ଭାଲାରିଭାନ ଏଫ୍‌ଆଇସିସିଆଇ ଇଣ୍ଡିଆ ସ୍ପୋଟର୍‌ସ ଆଓ୍ବାର୍ଡ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। କୋଭିଡ୍‌ ଯୋଗୁ ଚଳିତବର୍ଷ ପୁରସ୍କାର ଉତ୍ସବ ଭର୍ଚୁଆଲି ଅନୁଷ୍ଠିତ ହୋଇଥିଲା। ୨୦୧୦-୨୦ ସିଜନରେ ଏହି ଦୁଇ ଆଥଲେଟ୍‌ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ଦୁହେଁ ସେମାନଙ୍କ କାଟେଗୋରିରେ ସ୍ପୋଟର୍‌ସ ପର୍ସନ ଅଫ୍‌ ଦି ଇୟର ପୁରସ୍କାର ଲାଭ କରିଛନ୍ତି। ଫ୍ରିଷ୍ଟାଇଲ ରେସ୍‌ଲର ବଜରଙ୍ଗ ବର୍ତ୍ତମାନ ଯୁକ୍ତରାଷ୍ଟ୍ର ଆମେରିକାରେ ଟ୍ରେନିଂ ନେଉଛନ୍ତି। ପୁରସ୍କାର ପାଇବା ପରେ ସେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ପୁରସ୍କାର ପାଇ ସେ ଉତ୍ସାହିତ। ଭବିଷ୍ୟତରେ ଦେଶ ପାଇଁ ଅଧିକରୁ ଅଧିକ ପଦକ ଜିତିବା ଲାଗି ସେ ତାଙ୍କ ପ୍ରୟାସ ଜାରି ରଖିଥିବା କହିଛନ୍ତି। ଇଲାଭେନିଲ କହିଛନ୍ତି ସେ ପ୍ରଥମେ ତାଙ୍କ ପରିବାରକୁ ଧନ୍ୟବାଦ ଜଣାଇବେ। ଯେଉଁମାନେ ସବୁ ପରିସ୍ଥିତିରେ ତାଙ୍କୁ ସାଥ୍‌ ଦେଇଛନ୍ତି। ପୁନଶ୍ଚ ତାଙ୍କ ମେଣ୍ଟର ଗଗନ ନାରଙ୍ଗ ଏବଂ କୋଚ୍‌ ନେହା ଚୌହାନ ମଧ୍ୟ ତାଙ୍କ ଉପରେ ଆସ୍ଥା ରଖିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri