Posted inଖେଳ

ଆମେରିକାରେ ଏକ ମାସ ଟ୍ରେନିଂ ନେବେ ବଜରଙ୍ଗ

ନୂଆଦିଲ୍ଲୀ, ୨୯ା୧୧(ପି.ଟି.)-ରେସ୍‌ଲର ବଜରଙ୍ଗ ପୁନିଆ ଆମେରିକାରେ ଏକ ମାସ ଧରି ଟ୍ରେନିଂ କ୍ୟାମ୍ପରେ ଯୋଗଦେବେ। ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ତାଙ୍କର ଏହି ଯୋଜନା ମଞ୍ଜୁର ଲାଭ କରିଛି। ଟୋକିଓ ଅଲିମ୍ପିକ୍ସରେ ବଜରଙ୍ଗ ଭାରତ ପାଇଁ ପଦକ ଜିତିବେ ବୋଲି ଆଶା ରହିଛି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଦ୍ୱାରା ମିଶନ ଅଲିମ୍ପିକ ସେଲ୍‌ ଗଠିତ। ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ)ରୁ କେଉଁ ଆଥ୍‌ଲେଟମାନେ ଆର୍ଥିକ ସହାୟତା ପାଇବେ ତାହା ଏହା ସ୍ଥିର କରିଥାଏ। ମିଶିିଗାନସ୍ଥିତ କ୍ଲିଫ୍‌ କିନ୍‌ ରେସ୍‌ଲିଂ କ୍ଲବଠାରେ ଡିସେମ୍ବର ୪ରୁ ଜାନୁୟାରୀ ୩ ପର୍ଯ୍ୟନ୍ତ କ୍ୟାମ୍ପ ଅନୁଷ୍ଠିତ ହେବ। ଏବାବଦରେ ୧୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। କରୋନା ଭାଇରସ୍‌ ଲକ୍‌ଡାଉନ୍‌ ଉଠିବା ପରେ ବଜରଙ୍ଗ ସୋନେପତସ୍ଥିତ ସାଇ ସେଣ୍ଟରେ ଟ୍ରେନିଂ ନେଇଛନ୍ତି। କୋଚ୍‌ ଏମଜାରିଅସ୍‌ ବେଣ୍ଟିନ୍‌ଡିସ୍‌ ଏବଂ ଫିଜିଓ ଧନଞ୍ଜୟଙ୍କ ସହ ଆମେରିକା ଗସ୍ତ କରିବେ। ସେଠାରେ ମୁଖ୍ୟ କୋଚ୍‌ ସର୍ଗେଇ ବେଲୋଗ୍ଲାଜୋଭ୍‌ଙ୍କ ଅଧୀନରେ ଅନ୍ୟ ଟପ୍‌ ଅନ୍ତର୍ଜାତୀୟ ରେସ୍‌ଲରମାନଙ୍କ ସହ ସେ ତାଲିମ ନେବେ। ବେଲୋଗ୍ଲାଜୋଭ୍‌ ହେଉଛନ୍ତି ଦୁଇଥର ଅଲିମ୍ପିକ ଚାମ୍ପିୟନ॥ ବଜରଙ୍ଗ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ରେ ଟୋକିଓ ଅଲିମ୍ପିକ୍ସ ପାଇଁ କୋଟା ହାସଲ କରିସାରିଛନ୍ତି। ୬୫କେଜି ଶ୍ରେଣୀରେ ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ରେସ୍‌ଲର ଡିସେମ୍ବର ୧୨ରୁ ୧୮ ପର୍ଯ୍ୟନ୍ତ ସର୍ବିୟାର ବେଲ୍‌ଗ୍ରେଡ୍‌ରେ ହେବାକୁଥିବା ବ୍ୟକ୍ତିଗତ ବିଶ୍ୱକପ୍‌ରେ ଅଂଶଗ୍ରହଣ ନ କରି ଆମେରିକାରେ ଟ୍ରେନିଂ ନେବାକୁ ପସନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri