ବାଜଓ୍ବାଙ୍କ ପରିବାର ୬ ବର୍ଷରେ ହୋଇଛନ୍ତି ଅରବପତି…

ଇସଲାମାବାଦ,୨୧।୧୧ : ଆଗାମୀ କିଛି ଦିନ ମଧ୍ୟରେ ଅବସର ନେବାକୁ ଯାଉଥିବା ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱାଙ୍କ ପରିବାରକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଆସିଛି। ଏହି କାରଣରୁ, ତାଙ୍କ କାର୍ଯ୍ୟକାଳରେ ଦୁର୍ନୀତି କଳଙ୍କ ଲାଗିବାକୁ ଯାଉଛି।

ଜେନେରାଲ ବାଜୱାଙ୍କ ପରିବାର ମାତ୍ର ୬ବର୍ଷ ମଧ୍ୟରେ ଅରବ ପତି ହୋଇପାରିଛନ୍ତି ବୋଲି ରିପୋର୍ଟରେ ଦାବି କରାଯାଇଛି। ଏହି ରିପୋର୍ଟ ପାକିସ୍ତାନରେ ରାଜନୈତିକ ସଙ୍କଟ ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି।

ପାକିସ୍ତାନରେ ସବୁଠାରୁ ଶକ୍ତିଶାଳୀ ହେଉଛି ସେନା। ଏପରିସ୍ଥଳେ ଏହି ସମ୍ବେଦନଶୀଳ ରିପୋର୍ଟ ପାକ ସେନାରେ ବ୍ୟାପକ ଦୁର୍ନୀତିକୁ ସୂଚାଉଛି। ଏଥିରେ କୁହାଯାଇଛି ଯେ ବାଜୱା ଯିବା ପୂର୍ବରୁ ଆସିଥିବା ରିପୋର୍ଟରେ ଦର୍ଶାଯାଇଛି ଯେ ଗତ ୬ବର୍ଷ ମଧ୍ୟରେ ତାଙ୍କ ପରିବାର ସଦସ୍ୟଙ୍କ ସମ୍ପତ୍ତିରେ ବହୁତ ବୃଦ୍ଧି ଘଟିଛି।

ଫ୍ୟାକ୍ଟ ଫୋକସର ପାକିସ୍ତାନୀ ଗଣମାଧ୍ୟମ ପ୍ରତିନିଧି ଅହମ୍ମଦ ନୁରାନି ଏହି ଅନୁସନ୍ଧାନ ରିପୋର୍ଟ ପ୍ରସ୍ତୁତ କରିଛନ୍ତି। କିଛି ବର୍ଷ ମଧ୍ୟରେ ବାଜୱାଙ୍କର ବହୁ ଘନିଷ୍ଠ ଏବଂ ପରିବାର ସଦସ୍ୟ କେତେକ ନୂତନ ବ୍ୟବସାୟ ଆରମ୍ଭ କରିଥିଲେ ଏବଂ ପାକିସ୍ତାନର ପ୍ରମୁଖ ସହରଗୁଡିକରେ ଫାର୍ମହାଉସର ମାଲିକ ହୋଇଥିଲେ ବୋଲି ନୁରାନୀ ପ୍ରକାଶ କରିଛନ୍ତି। ସେମାନେ ବିଦେଶୀ ସମ୍ପତ୍ତି କିଣି ସେଥିରୁ କୋଟି କୋଟି ଟଙ୍କା ରୋଜଗାର କରିଥିଲେ।

ଫ୍ୟାକ୍ଟ ଫୋକସ ରିପୋର୍ଟରେ ବହୁ ତଥ୍ୟ ଉପସ୍ଥାପିତ ହୋଇଛି। ବାଜଓ୍ବଙ୍କ ସ୍ତ୍ରୀ ଆୟେଶା ଅମଜାଦ, ବୋହୂ ମହନୁର ସାବୀର ଏବଂ ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ପତ୍ତି ବୃଦ୍ଧି ପାଇବା ବିଷୟରେ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?