ପହଣ୍ଡି ବିଜେବେଳେ ରଥରୁ ଖସି ପଡିଲେ ବଡ଼ ଠାକୁର, ତା’ ପରେ…

Featured Video Play Icon

ପୁରୀ,୭।୯: ଆଡପ ପହଣ୍ଡିରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସିଗଲେ ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ଟାହିଆ ଲାଗି ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ ଠାକୁର କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ, ଏହା ସମ୍ଭବ ହୋଇ ନ ଥିଲା। ସୁଦର୍ଶନଙ୍କର ପହଣ୍ଡିି ବିଜେ ପରେ ବଡ଼ ଠାକୁର ବଳଭଦ୍ରଙ୍କର ପହଣ୍ଡି ବିଜେ ହେବାକୁ ଥିବା ବେଳେ ଏଭଳି ଅଘଟଣ ଘଟିଛି ।

ରଥ ଉପରୁ ସେବାୟତଙ୍କ ଗୋଡ ଖସିବାରୁ ଏପରି ଅଘଟଣ ଘଟିଛି । ବଡ଼ ଠାକୁର ତଳକୁ ଖସିବାରୁ ତଳେ ଚାପି ହୋଇ ୫ ଜଣ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାତାଉ କି, ୨୦୨୩ ରଥଯାତ୍ରା ସମୟରେ ଆଡପ ପହଣ୍ଡିରେ ମଧ୍ୟ ଗୁରୁତର ତ୍ରୁଟି ଦେଖାଦେଇଥିଲା । ପହଣ୍ଡି ବେଳେ ଚାରମାଳ ଉପରେ ଡାହାଣ ପାଶର୍‌ବକୁ ଢଳିପଡିଥିଲେ ମହାପ୍ରଭୁ ଜଗନ୍ନାଥ । ମସ୍ତକରେ ଲାଗିଥିବା ଚିତା ବି ଖସି ପଡ଼ିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ

ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ…

ଅର୍ଚ୍ଚିତାଙ୍କ ପାଇଁ ସ୍ପେଶାଲ ମେସେଜ ଲେଖିଲେ ସବ୍ୟସାଚୀ, କହିଲେ ମୁଁ ତୁମକୁ ଇର୍ଷା କରେ…

ଭୁବନେଶ୍ୱର,୨୨।୨: ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ସ୍ତ୍ରୀଙ୍କ ପାଇଁ ଲେଖିଛନ୍ତି ସ୍ପେଶାଲ ମେସେଜ୍‌। ଇନଷ୍ଟାରେ ସେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି। ଯାହାକୁ ନେଇ ସୋସିଆଲ ମିଡିଆରେ…

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା…

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି…

୪୪,୨୦୦ କୋଟିର ୧୦ ପ୍ରକଳ୍ପକୁ ଏଚ୍‌ଏଲ୍‌ସିଏରେ ମଞ୍ଜୁରୀ, ସୃଷ୍ଟିହେବ ୯ ହଜାର ନିଯୁକ୍ତି

ଭୁବନେଶ୍ୱର,୨୨।୨ (ଅନୁରାଧା ମହାରାଣା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନଠାରେ ୪୪ତମ ହାଇ ଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ୪୪,୨୦୦ କୋଟି ଟଙ୍କାର…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri