ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଥିବା ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି।

Image

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି, ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri