ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଥିବା ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି।

Image

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି, ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: ସ୍ବାମୀଙ୍କୁ ମିଳିଲା ଏଭଳି ଦଣ୍ଡ

ରାୟଗଡା,୨୪।୧୨(ଆଶିଷ ରଞ୍ଜନ ପଣ୍ଡା)- ସ୍ତ୍ରୀ ହତ୍ୟାକାରୀ ସ୍ବାମୀକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ରାୟଗଡ଼ା ଅତିରିକ୍ତ ଜିଲା ଦୌରାଜଜ୍‌...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri