Posted inଖେଳ

ବାଲାଦେବୀ, ମନୀଷାଙ୍କୁ ଏଆଇଏଫ୍‌ଏଫ୍‌ ପୁରସ୍କାର

ନୂଆଦିଲ୍ଲୀ, ୨୧।୭(ପି.ଟି.)-  ଭାରତୀୟ ଟିମ୍‌ ଫରଓ୍ବାର୍ଡ ବାଲାଦେବୀ ଏଆଇଏଫ୍‌ଏଫ୍‌ (ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ) ଓମେନ୍ସ ଫୁଟବଲର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି। ଯୁବ ଖେଳାଳି ମନୀଷା କଲ୍ୟାଣ ୨୦୨୦-୨୧ ସିଜନ ପାଇଁ ଇମର୍ଜିଂ ପୁରସ୍କାର ହାସଲ କରିଛନ୍ତି। ବାଲାଦେବୀ ତୃତୀୟ ଥର ପାଇଁ ଏହି ସମ୍ମାନଜନକ ପୁରସ୍କାର ଜିତିଛନ୍ତି। ପୂର୍ବରୁ ସେ ୨୦୧୪ ଓ ୨୦୧୫ରେ ଏହି ପୁରସ୍କାର ହାସଲ କରିଥିଲେ। ସମ୍ପ୍ରତି ସ୍କଟ୍‌ଲାଣ୍ଡରେ ରେଞ୍ଜର୍ସ ଏଫ୍‌ସି ପକ୍ଷରୁ ବାଲା ଖେଳୁଛନ୍ତି। ଗତବର୍ଷ ଫେବୃୟାରୀରେ ଏହି କ୍ଲବ ପକ୍ଷରୁ ଖେଳିବା ଆରମ୍ଭ କରିଥିବା ବାଲା ଡିସେମ୍ବରରେ ପ୍ରଥମ ଗୋଲ ସ୍କୋର କରି ଇତିହାସ ରଚିଥିଲେ। ପ୍ରଥମ ଭାରତୀୟ ମହିଳା ଫୁଟ୍‌ବଲ ଖେଳାଳିଭାବେ ସେ ୟୁରୋପରେ ଚୁକ୍ତିଭିତ୍ତିରେ ପେସାଦାର ଫୁଟବଲ ଖେଳୁଛନ୍ତି। ପୁରସ୍କାର ଗ୍ରହଣ ଅବସରରେ ୩୧ ବର୍ଷୀୟା ବାଲା ରେଞ୍ଜର୍ସ କ୍ଲବ ଏବଂ ଜାତୀୟ ଦଳ ସହ ନିଜର ସମସ୍ତ କୋଚ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ବ୍ୟତୀତ ସେ ନିଜ ପରିବାରବର୍ଗ ଏବଂ ସାଥି ଖେଳାଳିଙ୍କୁ ମଧ୍ୟ ଧନ୍ୟବାଦ ଜଣାଇବାକୁ ଭୁଲି ନାହାନ୍ତି। ୧୯ ବର୍ଷୀୟା ମନୀଷା ପ୍ରଥମଥର ପାଇଁ ଏହି ପୁରସ୍କାର ପାଇଛନ୍ତି। ଏହା ତାଙ୍କୁ ଲକ୍ଷ୍ୟ ପଥରେ ଆଗେଇବାରେ ଉତ୍ସାହିତ କରିବ ବୋଲି ସେ ପ୍ରକାଶ କରିଛନ୍ତି। ପୂର୍ବରୁ ୧୭ ଏବଂ ୧୯ ବର୍ଷରୁ କମ୍‌ ଭାରତୀୟ ଦଳରୁ ଖେଳିଥିବା ମନୀଷା ୨୦୧୯ରେ ହଂକଂ ବିପକ୍ଷରେ ସିନିୟର କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ଦିନକୁ ଦିନ ତାଙ୍କ ପ୍ରଦର୍ଶନରେ ଉନ୍ନତି ଆସିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri