Posted inଜାତୀୟ

ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ପୂରଣ ହେଲା ଦୁଇ ବର୍ଷ: ବାୟୁସେନାକୁ ଶୁଭେଚ୍ଛା ଜଣାଇଲେ ରାଜନାଥ, ଶାହା

ନୂଆଦିଲ୍ଲୀ,୨୬ ।୨: ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ସିଆର୍‌ପିଏଫ୍ ଉପରେ ପାକିସ୍ତାନ ଆତଙ୍କବାଦୀଙ୍କ ଆକ୍ରମଣ ଫଳରେ ୪୦ ଭାରତୀୟ ଯବାନ ଶହୀଦ ହୋଇଥିଲେ । ଏହାର ପ୍ରତିଶୋଧ ନେବାକୁ ଯାଇ ଭାରତୀୟ ବାୟୁସେନା ପକ୍ଷରୁ ୨୬ ଫେବୃୟାରୀରେ ପାକିସ୍ତାନର ବାଲାକୋଟରେ ଏୟାର ଷ୍ଟ୍ରାଇକ୍ କରାଯାଇଥିଲା । ଯେଉଁଥିରେ ଆତଙ୍କବାଦୀ ଓ ଆତଙ୍କବାଦୀଙ୍କ ଶିବିରକୁ ନଷ୍ଟ କରିଦିଆଯାଇଥିଲା । ଶୁକ୍ରବାର ଏହି ବାଲାକୋଟ ଷ୍ଟ୍ରାଇକକୁ ୨ ବର୍ଷ ପୂରଣ ହୋଇଛି । ଏହି ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟମାନେ ବାୟୁସେନାର ପରାକ୍ରମକୁ ସଲାମ କରିଛନ୍ତି । ପ୍ରତିରକ୍ଷାମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ବାଲାକୋଟ ସଫଳତା ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟ କରିବାର ଭାରତର ଦୃଢ ଇଚ୍ଛା ଶକ୍ତିର ପରିଚୟ ଦେଇଥିଲା । ସେହିପରି ଶାହା ଟୁଇଟ୍ କରି ଲେଖିଛନ୍ତି, ପୁଲୱାମା ଆତଙ୍କବାଦୀ ଆକ୍ରମଣର ଜବାବ ଦେଇ ଭାରତ ଆତଙ୍କବାଦୀ ବିରୋଧରେ ନିଜର ନୀତିକୁ ପୁନଃ ସ୍ପଷ୍ଟ କରିଥିଲା । ସେ ପୁଲୱାମା ବୀର ଶହୀଦଙ୍କୁ ସ୍ମରଣ କରିବା ସହ ବାୟୁସେନାର ପରାକ୍ରମକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଯବାନଙ୍କ ସୁରକ୍ଷା ସବୁଠାରୁ ଆଗରେ ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri